ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଡିଜେ ଗାଡିରେ ଲାଗିଲା କଟକଣା

0

ନିୟମ ଉଲ୍ଲଙ୍ଘନ କଲେ ହେବ କାର୍ଯ୍ୟାନୁଷ୍ଠାନ
ନ୍ୟୁଜ୍ ବ୍ୟୁରୋ: ଡିଜେ ଗାଡ଼ିକୁ ନେଇ ଆସିଲା ନୂଆ ନିୟମ। ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ମୋଟର ଯାନର ମୂଳ ଢାଞ୍ଚାକୁ ମନଇଚ୍ଛା ବଦଳାଇପାରିବେ ନାହିଁ ମାଲିକ। ବେଆଇନ ପରିବର୍ତ୍ତନ ବିରୋଧରେ ସର୍କୁଲାର ଜାରି କରାଯାଇଛି। STA କହିଛି, ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ଜରିମାନା ସହ ପଞ୍ଜୀକରଣ ଓ ଫିଟନେସ୍ ରଦ୍ଦ କରାଯିବ।

ସେହିଭଳି ମୋଟର ଯାନରେ ଡିଜେ ସିଷ୍ଟମ, ଆମ୍ପ୍ଲିଫାୟର୍, ମିକ୍ସର, ଲେଜର ଲାଇଟ୍ କଣ୍ଟ୍ରୋଲର୍ ଏବଂ ସମାନ ସେଟଅପ୍ ବ୍ୟବହାର ମଧ୍ୟ ବେଆଇନ ଅଟେ। ଡିଜେ ଗାଡ଼ିର ଶବ୍ଦ, ଆଲୋକ ଅନ୍ୟ ସଡ଼କ ବ୍ୟବହାରକାରୀଙ୍କ ପାଇଁ ଅନେକ ସମୟରେ ଦୁର୍ଘଟଣା ଓ ଅଘଟଣର କାରଣ ସାଜୁଛି। ସେହିଭଳି ଗାଡ଼ିରେ ଡିଜେ ସେଟ୍ ଅପ୍ ପାଇଁ ମନଇଚ୍ଛା ଯନ୍ତ୍ରାଂଶ ପରିବହନ ମଧ୍ୟ ବେଆଇନ।

ବିଗତ କିଛି ଦିନ ମଧ୍ୟରେ ବେଆଇନ ଡିଜେ ଗାଡ଼ି ଯୋଗୁଁ ସାମ୍ନାକୁ ଆସିଥିବା ଅଘଟଣକୁ ନେଇ ହୋଇଛି ଏଭଳି ନିଷ୍ପତ୍ତି। ଏହି ଡିଜେ ଯାନ ଗୁଡ଼ିକ ବେଆଇନ ଭାବେ ଯାନର ଷ୍ଟ୍ରକଚର୍ ବା ମୂଳଢାଞ୍ଚାରେ କରୁଥିବା ପରିବର୍ତ୍ତନ, ଯାନର ଉଚ୍ଚତା, ଲମ୍ବ ଏବଂ ପ୍ରସ୍ଥରେ ପରିବର୍ତ୍ତନ, ଯାନରେ ଲଗାଉଥିବା ଅତି ଉଚ୍ଚ ସ୍ୱରର ଲାଉଡ ସ୍ପିକର ଏବଂ ଚିକମିକ୍ କରୁଥିବା ବେଆଇନ ଆଲୋକ ଇତ୍ୟାଦିକୁ ରୋକିବା ନିମନ୍ତେ ଏଣିକି କଠୋର ଆଭିମୂଖ୍ୟ ଗ୍ରହଣ କରିବ ପରିବହନ ବିଭାଗ। ଏନେଇ ଏକ ସର୍କୁଲାର ପରିବହନ ଆୟୁକ୍ତଙ୍କ ଦ୍ୱାରା ଜାରି କରାଯାଇଛି।

Leave A Reply

Your email address will not be published.