ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ଅନୁଗୁଳରୁ ୧୦ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ

0

ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେରରେ ଅବକାରୀ ବିଭାଗକୁ ବଡ଼ ସଫଳତା। ନିଶା ବେପାରୀମାନଙ୍କ ଠାରୁ ୧୦୪ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବାବେଳେ, ୨ ଜଣ ବ୍ରାଉନସୁଗାର ବେପାରୀ ଗିରଫ ହୋଇଛନ୍ତି। ଏହା ସହ ସେମାନଙ୍କ ନିକଟରୁ ଦୁଇଟି ବାଇକ୍‌, ପାଞ୍ଚ ହଜାର ଟଙ୍କା ଓ ଦୁଇଟି ମୋବାଇଲ ଫୋନ ଜବତ କରାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ରହିଛି।

ଗିରଫ ବ୍ରାଉନସୁଗାର ବେପାରୀମାନେ ବିକ୍ରି ଉଦ୍ଦେଶ୍ୟରେ ଏହାକୁ କିଣିଥିଲେ। ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ପକ୍ଷରୁ ଦୁଇଟି ଭିନ୍ନଭିନ୍ନ ସ୍ଥାନରେ ଚଢ଼ଉ କରାଯାଇଥିଲା। ସମଲ ଥାନା ପରାବିଲ ଅଞ୍ଚଳର ଦେବାନନ୍ଦ ଦେହୁରୀ ବିକ୍ରି ପାଇଁ ବାଇକ ଯୋଗେ ବ୍ରାଉନସୁଗାର ନେଉଥିବା ପରାବିଲ ଠାରେ ଚଢ଼ାଉ କରି ତାଙ୍କ ନିକଟରୁ ୬୭ ଗ୍ରାମ ବ୍ରାଉନସୁଗାର ଜବତ କରିଥିଲେ ଅବକାରୀ ବିଭାଗ।

ସେହିପରି ପରାବିଲ ଅଞ୍ଚଳର ତାପସ କୁମାର ପ୍ରଧାନ ସେମାନଙ୍କ ନିକଟରୁ ୩୭ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ୪୦ ହଜାର ଟଙ୍କା ହେବ। ଉଭୟ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.