ପ୍ରମୁଖ ଖବର

ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ୧୫ରୁ ଅଧିକ ଦୋକାନ ପୋଡି ପାଉଁଶ
ଖଣ୍ଡଗିରି ଡବଲ ମର୍ଡରର ପର୍ଦ୍ଦାଫାଶ: ଦୁଇ ନାବାଳକ ଅଭିଯୁକ୍ତ ଅଟକ
୩ ବର୍ଷର ଶିଶୁକୁ ଦୁଷ୍କର୍ମ ପରେ ହତ୍ୟା: ୬୫ ବର୍ଷୀୟ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ
ଭାରତୀୟ ସ୍ଥଳସେନାର ନୂଆ ମୁଖ୍ୟ ହେଲେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍
ଦିଲ୍ଲୀରେ ଇଭିକୁ ବଡ଼ ପ୍ରୋତ୍ସାହନ, ୨୦୨୮ରୁ ବନ୍ଦ ହେବ ପେଟ୍ରୋଲ ଦୁଇଚକିଆ ପଞ୍ଜୀକରଣ

ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କୁ ଦିଆଗଲା ଗାର୍ଡ ଅଫ ଅନର୍‌

0

ଭୁବନେଶ୍ବର: ପୂର୍ବତନ ବିଧାୟକ ତଥା ବିଶିଷ୍ଟ ଆଦିବାସୀ ନେତା ଜର୍ଜ ତିର୍କୀଙ୍କ ପରଲୋକ ହୋଇଛି। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା। ପ୍ରାୟ ୩ମାସ ହେଲା ସେ ଅସୁସ୍ଥ ଥିଲେ। ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସ୍ୱାସ୍ଥ୍ୟବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ଭୁବନେଶ୍ୱରକୁ ସ୍ଥାନାନ୍ତର ହୋଇଥିଲେ।

ଆଜି ବିଧାନସଭା ପରିସରରେ ଜର୍ଜ ତିର୍କୀଙ୍କୁ ଦିଆଯାଇଛି ଗାର୍ଡ ଅଫ ଅନର୍‌। ଏହା ସହିତ ଜର୍ଜ ତିର୍କୀଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସମେତ ବିଧାନସଭାର ଉପସ୍ଥିତ ସମସ୍ତ ସଦସ୍ୟ ମଧ୍ୟ ଶେଷ ଦର୍ଶନ କରିଛନ୍ତି।

ଜର୍ଜ ତିର୍କୀ ସୁନ୍ଦରଗଡ ଜିଲା ବୀରମିତ୍ରପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୯୯୫,୨୦୦୦,୨୦୦୯ଓ୨୦୧୪ରେ ଓଡ଼ିଶା ବିଧାନସଭାକୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସୁନ୍ଦରଗଡ ଜିଲାର ଆଦିବାସୀ ମାନଙ୍କ ଜଳ,ଜମି ,ଜଙ୍ଗଲ ଅଧିକାର ପାଇଁ ସେ ଲଢ଼େଇ କରି ଆସୁଥିଲେ। ସେ କିଛି ମାସ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ଶୁକ୍ରବାର ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଥିବାରୁ ତାଙ୍କୁ ପ୍ରଥମେ ରାଉରକେଲା ଓ ପରେ ସେଠାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ତାଙ୍କର ଶେଷକୃତ୍ୟ ବୀରମିତ୍ରପୁର ଝୁନୁମୁରସ୍ଥିତ ତାଙ୍କ ପୈତୃକ ଗ୍ରାମରେ ସମ୍ପନ୍ନ ହେବ। ତାଙ୍କ ପରଲୋକରେ ସୁନ୍ଦରଗଡ ଜିଲା ତଥା ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି।

Leave A Reply

Your email address will not be published.