ଭୁବନେଶ୍ଵର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର। ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଛନ୍ତି ମୁଖ୍ୟମନ୍ତ୍ରୀ। ପୂଜା ପାଇଁ ଆଗୁଆ ଦରମା ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ।
ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଛି ଏହି ସ୍ୱତନ୍ତ୍ର ନିର୍ଦ୍ଦେଶନାମା। ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ।
ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ମାସର ଶେଷ କାର୍ଯ୍ୟ ଦିବସରେ ଦରମା ମିଳୁଥିବା ବେଳେ, ଦୁର୍ଗାପୂଜା ପାଇଁ ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ। ଦଶହରା ପରି ପାର୍ବଣ ଋ଼ତୁରେ ବିଭିନ୍ନ ସାମଗ୍ରୀ କିଣାକିଣି ହୋଇଥାଏ ଏବଂ ଏବର୍ଷ ସାରା ଦେଶରେ ଜିଏସଟି ୨.୦ ସଂସ୍କାର ପରେ ସାରା ଦେଶରେ ବଚତ୍ ଉତ୍ସବ ମଧ୍ୟ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ମାସର ଦରମା ୨୬ ତାରିଖ ସୁଦ୍ଧା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ପ୍ରମୁଖ ଖବର
ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ