ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗିର ହେବ ପୁନରୁଦ୍ଧାର: ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ପ୍ରତ୍ୟେକ ଓଡ଼ିଆ ଘରେ ଭାଗବତ ଏବଂ ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ପୁନରୁଦ୍ଧାର ଓ ପ୍ରତିଷ୍ଠା ହେବ। ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ଆଜି ଭୁବନେଶ୍ବର-କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏଭଳି କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଯୁବବର୍ଗ ଆଜିର ସମାଜର ସମସ୍ତ ବିକାଶରେ ମୁଖ୍ୟ ଭୂମିକା ନିଭାଇଥାନ୍ତି ଏଣୁ ସେମାନଙ୍କୁ ଏହି ମାର୍ଗରେ ନେବା ପାଇଁ ଭାଗବତ ପାଠ ଏକ ବଳିଷ୍ଠ ମାଧ୍ୟମ। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଶ୍ରୀମଦ୍ ଭାଗବତ ଗ୍ରନ୍ଥ, ପରମ୍ପରା, ଭକ୍ତି ଓ ଧର୍ମର ଅମୂଲ୍ୟ ଶିକ୍ଷା ସହିତ ଜନସାଧାରଣଙ୍କୁ ଭଗବତ କାର୍ଯ୍ୟରେ ସଂପୃକ୍ତ କରେ। ସେହି ଦୃଷ୍ଟିରୁ ଏହି ମହୋତ୍ସବ ଆମ ସମାଜ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଶ୍ରୀମଦ ଭାଗବତ ଗ୍ରନ୍ଥର ମହତ୍ଵ ପାଞ୍ଚଗୋଟି ମୂଳତତ୍ତ୍ୱ ଯଥା, ଇଶ୍ବର, ଜୀବ, ପ୍ରକୃତି, କାଳ ସମୟ ଏବଂ କର୍ମକୁ ନେଇ ଏ ବିଶ୍ବ ସଞ୍ଚାଳିତ। ସେଥିପାଇଁ ସନାତନ ପରମ୍ପରାରେ ଜୀବନ ଦୀପ ଲିଭିବା ପୂର୍ବରୁ ଶ୍ରୀମଦ ଭାଗବତ ଶୁଣି ଶେଷ ନିଶ୍ବାସ ତ୍ୟାଗ କରିବା ପ୍ରତ୍ୟେକ ସନାତନୀର ଶେଷ ଇଚ୍ଛା।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ଅନୁରୋଧ କରିଥିଲେ ଯେ, ସମସ୍ତେ ପ୍ରତ୍ୟେହ ଭାଗବତ ପାଠ କରନ୍ତୁ, କାରଣ ଏହା ଆମ ଜୀବନକୁ ଏକ ସୁସ୍ଥ ଧାର୍ମିକ ଓ ନୈତିକ ଦିଗରେ ନେଇଯିବ। ଏହି ପ୍ରକାରର ମହୋତ୍ସବ ସମାଜରେ ଏକତାର ସୂଚକ। ଏହା ଭକ୍ତି, ସମ୍ମାନ, ଓ ମୌଳିକ ମୂଲ୍ୟକୁ ଦୃଢ଼ କରେ। ଏହି ମହୋତ୍ସବର ଅନୁଭୂତି ଓ ଶିକ୍ଷା ଉପସ୍ଥିତ ସୁଧିବୃନ୍ଦଙ୍କ ଜୀବନରେ ନିତିମୂଳକ, ଧର୍ମୀୟ ଓ ସାମାଜିକ ଉନ୍ନତି ଆଣିବାରେ ସାହାଯ୍ୟ କରିବ।

Leave A Reply

Your email address will not be published.