ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ

0

ଗଞ୍ଜାମ: ଭିଜିଲାନ୍ସ ଜାଲରେ ପଡିଲେ ଓଏଏସ୍‌ ଅଧିକାରୀ। ଗଞ୍ଜାମ ବେଲକୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଣେ କର୍ମଚାରୀଙ୍କ ରିଲିଜ୍ ଅର୍ଡର ଓ ଏରିୟର କରାଇଦେବାକୁ କହି ତାଙ୍କ ତଳିଆ କର୍ମଚାରୀଙ୍କଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଆଉ କିଛି ଉପାୟ ନପାଇ କର୍ମଚାରୀ ଜଣକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ।

କର୍ମଚାରୀଙ୍କଠାରୁ ବାଲିପଦର ବସ୍‌ ଷ୍ଟପ୍ ଠାରେ ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ଚଢାଉ କରିଥିଲା।
ଧରାପଡିବା ପରେ ଓଏଏସ୍‌ ଅଧିକାରୀଙ୍କ ୩ଟି ସ୍ଥାନରେ ରେଡ୍‌ ଆରମ୍ଭ ହୋଇଛି। ଭିଜିଲାନ୍ସ ଟିମ୍ ତାଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ ମଧ୍ଯ ଚଢାଉ କରିଛି। ଏହାପରେ ଭିଜିଲାନ୍ସ ଟିମ୍ ବନମାଳୀଙ୍କୁ ଅଧିକ ଜେରା ପାଇଁ ବ୍ରହ୍ମପୁର ଏସପି ଅଫିସକୁ ନେଇଛନ୍ତି।ଚଢ଼ାଉରେ ଜଣେ ଡିଏସପି, ଜଣେ ଇନ୍ସପେକ୍ଟର ଓ ୨ଜଣ ଏଏସଆଇ ସାମିଲ ହୋଇଛନ୍ତି।

ସୂଚନା ଅନୁଯାୟୀ, ବେଲଗୁଣ୍ଠା ଏନ୍ଏସିରେ ଏମ୍ ଆଇ ଏସ ସରୋଜ ଜେନା ଚାକିରି କରୁଥିଲେ। ତାଙ୍କର ୩ ମାସ ପୂର୍ବେ ନୟାଗଡ଼ ମ୍ୟୁନିସିପାଲଟିକୁ ବଦଳି ହୋଇଯାଇଥିଲା । ଏହାପରେ ସରୋଜ ନୟାଗଡ଼ ଚାଲି ଯାଇଥିଲେ। କିନ୍ତୁ ତାଙ୍କର ଏଲପିସି ଯାଇନଥିଲା। ଏନେଇ ସରୋଜ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଭେଟି ଏଲପିସି ପଠାଇବା ପାଇଁ ବହୁବାର ଅନୁରୋଧ କରିଥିଲେ। କିନ୍ତୁ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶତପଥି ଏଲପିସି ପଠାଇବା ପାଇଁ ୨୫ ହଜାର ଟଙ୍କା ଦାବି କରିଥିଲେ। ଫଳରେ ସରୋଜ ବ୍ରହ୍ମପୁର ଭିଜିଲାନ୍ସ ଟିମର ସହଯୋଗ ଲୋଡିଥିଲେ। ଆଜି ସକାଳ ପ୍ରାୟ ୯ଟା ସମୟରେ ପୂର୍ବ ଯୋଜନା ମୁତାବକ ସରୋଜ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ କେମିକାଲ ବୋଳା ଟଙ୍କା ଅଫିସ୍ ଛକରେ ଦେଇଥିଲେ। ଏହି ସମୟରେ ଅଫିସ୍ ଛକରେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ଟିମ୍ ବନମାଳୀଙ୍କୁ କାବୁ କରିନେଇଥିଲେ।

Leave A Reply

Your email address will not be published.