ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଏସ୍‌ଆଇ ପରୀକ୍ଷା ଘୋଟାଲା: ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ

0

ବ୍ରହ୍ମପୁର: ଏସ୍‌ଆଇ ପରୀକ୍ଷା ମହାଘୋଟାଲା ମାମଲାରେ ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି। ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ ଗିରଫ ହୋଇଥିବା ୧୧୪ ପରୀକ୍ଷାର୍ଥୀ ଏବଂ ୫ ଜଣ ଦଲାଲଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି। ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ ଗିରଫଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ବ୍ରହ୍ମପୁର ଜିଲା ଓ ସେସନ୍ସ ଜଜ କୋର୍ଟରେ ଜାମିନ ଆବେଦନ ଉପରେ ଶୁଣାଣି ବେଳେ ବିଚାରପତି ସମସ୍ତ ଅଭିଯୁକ୍ତଙ୍କ ଆବେଦନକୁ ନାମଞ୍ଜୁର କରି ସେମାନଙ୍କୁ ନ୍ୟାୟିକ ହେପାଜତରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁସାରେ, ରାଜ୍ୟରେ ହେବାକୁ ଥିବା ପୋଲିସ ଏସଆଇ ପରୀକ୍ଷା ସ୍ଥଗିତ କରାଯାଇଛି। ପରବର୍ତ୍ତୀ ସମୟରେ ପରୀକ୍ଷା ତାରିଖ ଘୋଷଣା ହେବ। ତେବେ ଲାଞ୍ଚ କାରବାର ଓ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିବା ପରେ ପରୀକ୍ଷା ସ୍ଥଗିତ ଘୋଷଣା ହୋଇଛି। ଏହି କେଲେଙ୍କାରୀରେ ୨୯ କୋଟି ୨୫ ଲକ୍ଷ ଟଙ୍କାର ଲାଞ୍ଚ କାରବାର ପାଇଁ ହୋଇଥିବା ଡିଲ୍ ସମ୍ପର୍କିତ ତଥ୍ୟ ସାମ୍ନାକୁ ଆସିଛି। ପରୀକ୍ଷାର୍ଥୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆଦାୟ ହୋଇଥିଲା। ଆସନ୍ତା ଅକ୍ଟୋବର ୫ ଏବଂ ୬ ତାରିଖରେ ହୋଇଥାନ୍ତା ପରୀକ୍ଷା।

Leave A Reply

Your email address will not be published.