ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଓଲଟିଲା ଯାତ୍ରୀବାହୀ ବସ୍‌

0

କଣ୍ଡକ୍ଟର ମୃତ, ୧୫ ଆହତ

କନ୍ଧମାଳ: କନ୍ଧମାଳ ଲାଞ୍ଜିଗଡରୁ କଟକ ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ବସ୍ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଖଜୁରୀପଡା ନିକଟସ୍ଥ ଗାଡିଆପଡା ଘାଟିରେ ଏହି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ବସ୍‌ର କଣ୍ଡକ୍ଟରଙ୍କ ମୃତ୍ୟୁ ହେବା ସହିତ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ମୃତକ ଢେଙ୍କାନାଳ ଜିଲ୍ଲା କହ୍ନେଇପାଳର ସୌମ୍ୟ ଦାସ ବୋଲି ଜଣାପଡ଼ିଛି।

ଶୁକ୍ରବାର ରାତି ପ୍ରାୟ ୧୨ଟା ୩୦ରେ ବସ୍‌ଟି ଗାଡିଆପଡା ଘାଟିର ଏକ ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ବସ୍‌ କଣ୍ଡକ୍ଟର ସୌମ୍ୟ ଦାସଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଥିଲେ। ଏସମ୍ପର୍କରେ ଖବର ପାଇ ଖଜୁରୀପଡ଼ା ଥାନା ଅଧିକାରୀ ଚାପଧାରୀ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ପୁଲିସ ଗାଡିରେ ନେଇ ଖଜୁରୀପଡା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅନ୍ୟ ଯାତ୍ରୀମାନଙ୍କୁ ବିଭିନ୍ନ ବସ୍‌ରେ ଗନ୍ତବ୍ୟ ସ୍ଥଳକୁ ପଠାଇବା ବ୍ୟବସ୍ଥା କରାଯାଇଥିଲା।

Leave A Reply

Your email address will not be published.