ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଓଲଟିଲା ଯାତ୍ରୀବାହୀ ବସ୍‌

0

କଣ୍ଡକ୍ଟର ମୃତ, ୧୫ ଆହତ

କନ୍ଧମାଳ: କନ୍ଧମାଳ ଲାଞ୍ଜିଗଡରୁ କଟକ ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ବସ୍ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଖଜୁରୀପଡା ନିକଟସ୍ଥ ଗାଡିଆପଡା ଘାଟିରେ ଏହି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ବସ୍‌ର କଣ୍ଡକ୍ଟରଙ୍କ ମୃତ୍ୟୁ ହେବା ସହିତ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ମୃତକ ଢେଙ୍କାନାଳ ଜିଲ୍ଲା କହ୍ନେଇପାଳର ସୌମ୍ୟ ଦାସ ବୋଲି ଜଣାପଡ଼ିଛି।

ଶୁକ୍ରବାର ରାତି ପ୍ରାୟ ୧୨ଟା ୩୦ରେ ବସ୍‌ଟି ଗାଡିଆପଡା ଘାଟିର ଏକ ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ବସ୍‌ କଣ୍ଡକ୍ଟର ସୌମ୍ୟ ଦାସଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଥିଲେ। ଏସମ୍ପର୍କରେ ଖବର ପାଇ ଖଜୁରୀପଡ଼ା ଥାନା ଅଧିକାରୀ ଚାପଧାରୀ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ପୁଲିସ ଗାଡିରେ ନେଇ ଖଜୁରୀପଡା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅନ୍ୟ ଯାତ୍ରୀମାନଙ୍କୁ ବିଭିନ୍ନ ବସ୍‌ରେ ଗନ୍ତବ୍ୟ ସ୍ଥଳକୁ ପଠାଇବା ବ୍ୟବସ୍ଥା କରାଯାଇଥିଲା।

Leave A Reply

Your email address will not be published.