ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର

0

ନ୍ୟୁଜ୍ ବ୍ୟୁରୋ: ଓଡ଼ିଶା-ଝାଡଖଣ୍ଡ ସୀମାରେ ଚାଲୁଥିବା ସନ୍ଧାନ ଅଭିଯାନ ସମୟରେ ଘଟିଥିବା ବିସ୍ଫୋରଣ ଘଟଣାରେ ଏକ ସିଆରପିଏଫ ଯବାନ ଶହୀଦ ହୋଇଛନ୍ତି। ଏକ ଭୟଙ୍କର ବିସ୍ଫୋରଣରେ ସିଆରପିଏଫ୍‌ର ଜଣେ ଯବାନ ସହିଦ ହୋଇଥିବାବେଳେ ଦୁଇ ଜଣ ଆହତ ହୋଇଥିବା ସୂଚନା ମିଳିଛି।

ଏହି ଘଟଣା ଝାଡଖଣ୍ଡର ପଶ୍ଚିମ ସିଂହଭୂମି ଜିଲାର ଜରାଇକେଲା ଥାନା ଅଧୀନ ସାରଣ୍ଡା ଜଙ୍ଗଲ ଅନ୍ତର୍ଗତ ବାବୁଦେରା ଅଞ୍ଚଳରେ ଶୁକ୍ରବାର ଘଟିଥିଲା। ସହିଦ ଯବାନଙ୍କ ନାମ କାନଷ୍ଟେବଳ ମହେନ୍ଦ୍ର ଲକସର ବୋଲି ଜଣାପଡିଛି। ଦୁଇ ଆହତ ଯବାନ ରାମକୃଷ୍ଣ ଗଗରାଇ ଏବଂ ଇନ୍ସପେକ୍ଟର କୌଶଳ ମିଶ୍ରଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ଉଭୟଙ୍କୁ ସେଠାରୁ ଏୟାରଲିଫ୍ଟ କରାଯାଇଥିବା ସୂଚନା ମିଳିଛି।ସିଆରପିଏଫ ୬୦ ବାଟାଲିୟନ ଦ୍ୱାରା ଏହି ଅଞ୍ଚଳରେ ଗତ ଶୁକ୍ରବାରଠାରୁ ସନ୍ଧାନ କାର୍ଯ୍ୟ ଚାଲିଥିବା ବେଳେ ଯବାନ ମହେନ୍ଦ୍ର ଲଷ୍କର ଗୁରୁତର ଭାବେ ଆହତ ହୋଇଥିଲେ ଓ ପରେ ଚିକିତ୍ସା ସମୟରେ ଶହୀଦ ହୋଇଯାଇଥିଲେ।

ଶୁକ୍ରବାର ସନ୍ଧ୍ୟାରେ ମାଓବାଦୀମାନଙ୍କ ପ୍ରସ୍ତୁତ ବିସ୍ଫୋରଣରେ ୬୦ ବାଟାଲିୟନର ଇନ୍ସପେକ୍ଟର କୌଶଳ କୁମାର ମିଶ୍ର ଗୁରୁତର ଆହତ ହୋଇଥିଲେ। ତା’ପରେ ରାତିରେ ଦ୍ୱିତୀୟ ଆଇଇଡି ବିସ୍ଫୋରଣ ଘଟିଥିଲା, ଯେଉଁଥିରେ ରାମକୃଷ୍ଣ ଗାଗରାଇ ଓ ମହେନ୍ଦ୍ର ଲଷ୍କର ଆହତ ହୋଇଥିଲେ। ରାଉରକେଲାର ଏକ ବେସରକାରୀ ହସ୍ପିଟାଲରେ ସ୍ଥାନାନ୍ତର କରାଯାଇଥିବା ଦୁଇଜଣଙ୍କ ମଧ୍ୟରୁ ମହେନ୍ଦ୍ର ଲଷ୍କର ଚିକିତ୍ସା ସମୟରେ ମୃତ୍ୟୁ ହୋଇଥିଲା। ଘଟଣା ପରେ ସାରଣ୍ଡା ଜଙ୍ଗଲ ଓ ସୀମାଞ୍ଚଳରେ ଅତିରିକ୍ତ ସୁରକ୍ଷା ବଳ ନିୟୋଜିତ କରି ତଲାସି ଅଭିଯାନକୁ ଆହୁରି ତୀବ୍ର କରାଯାଇଛି। ସିଆରପିଏଫର ବରିଷ୍ଠ ଅଫିସରମାନେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ସମୀକ୍ଷା କରୁଛନ୍ତି। ଶହୀଦ ମହେନ୍ଦ୍ର ଲଷ୍କରଙ୍କ ପାର୍ଥିବ ଶରୀରକୁ ତାଙ୍କ ଜନ୍ମଭୂମି ଅସମ୍ରକୁ ପଠାଇବା ପାଇଁ ପ୍ରସ୍ତୁତି ଚାଲିଛି। ଅପର ପକ୍ଷରେ ଅନ୍ୟତମ ଆହତ ଗାଗରାଇଙ୍କ ବଡ଼ଭାଇ ତଥା ଝାଡଖଣ୍ଡର ବିଧାୟକ ଶନିବାର ସକାଳେ ସେକ୍ଟର ୧୯ ଆପୋଲୋ ହସ୍ପିଟାଲ ପହଞ୍ଚିଥିଛି।

Leave A Reply

Your email address will not be published.