ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଜାଗୋ ସହିତ ଜଡ଼ିତ ମାନବିକତାହିଁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଉଜ୍ୱଳ କରିବ: ସୋଆ ଉପସଭାପତି

0

ଭୁବନେଶ୍ୱର, ୧୧ /୧୦: ମାନବିକ ଚିନ୍ତାଧାରା ଓ ପାଠପଢ଼ା ସହ ସମାଜର ଅବହେଳିତ ଶିଶୁମାନଙ୍କର ଉନ୍ନତି କ୍ଷେତ୍ରରେ ନିଜକୁ ସାମିଲ କରିଥିବା ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତକୁ ପ୍ରଭାବିତ କରିବା ସହ ଉଜ୍ୱଳ କରିବ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ।

ସୋଆର ସାମାଜିକ ଅନୁଷ୍ଠାନ ‘ଜାଗୋ’ର ୧୯ତମ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀମତି ଦାସ କହିଥିଲେ ଯେ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ ନିକଟବର୍ତୀ ବସ୍ତି ଅଂଚଳର ଛାତ୍ରଛାତ୍ରୀମାନଙ୍କୁ ପାଠ ପଢ଼ାଇବା ସହ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଇବାର ଲକ୍ଷ୍ୟ ନେଇ କାର୍ଯ୍ୟ କରୁଥିବା ସୋଆ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ବେଶ ଉଜ୍ୱଳ। ନିଜ ପାଠପଢ଼ା ସହ ଏଭଳି ମହାନ କାର୍ଯ୍ୟରେ ନିଜକୁ ସାମିଲ କରୁଥିବାରୁ ତାଙ୍କ ମନରେ ସେମାନଙ୍କ ପାଇଁ ସ୍ୱତନ୍ତ୍ର ସ୍ଥାନ ରହିଛି ବୋଲି ଶ୍ରୀମତି ଦାସ କହିଛନ୍ତି।

୨୦୦୭ ମସିହାରୁ ଟିମ୍ ଜାଗୋର ପ୍ରତିଷ୍ଠା ହୋଇଥିବା ବେଳେ ଏହା ବସ୍ତିର ଛୋଟଛୋଟ ପିଲାମାନଙ୍କର ସାମଗ୍ରିକ ବିକାଶ ଦିଗରେ କାର୍ଯ୍ୟ କରିଆସୁଛି ଏବଂ ସୋଆର ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀ ନିଜର ବୃତିଗତ ଶିକ୍ଷା ସହ ସମାଜର ମଙ୍ଗଳ ପାଇଁ ଏଭଳି ମହାନ କାର୍ଯ୍ୟରେ ନିଜକୁ ସାମିଲ କରିଛନ୍ତି। ଏହି ଛାତ୍ରଛାତ୍ରୀମାନଙ୍କୁ ସେ ଆନ୍ତରିକ ଶୁଭେଚ୍ଛା ଜଣାଇଥିଲେ।

ଏହି ଅବସରରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଜାଗୋ ଅଭିଯାନକୁ ସାରା ବିଶ୍ୱବିଦ୍ୟାଳୟରେ ସମ୍ପ୍ରସାରିତ କରାଯିବ ବୋଲି କହିଛନ୍ତି। ସମାଜର ଉନ୍ନତି ପାଇଁ ସୋଆ ପକ୍ଷରୁ ଜାଗୋ ଅଭିଯାନ ଏକ ମହାନ ପ୍ରୟାସ ବୋଲି କୁଳପତି କହିଛନ୍ତି। କାର୍ଯ୍ୟକ୍ରମରେ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସୋଆର ଉପକୁଳପତି ପ୍ରଫେସର (ଡାକ୍ତର) ନୀତା ମହାନ୍ତି, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ ପ୍ରଫେସର ମଞ୍ଜୁଳା ଦାସ ଓ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ଡିନ୍ ପ୍ରଫେସର ପ୍ରଦୀପ କୁମାର ସାହୁ ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।

ଏହି ଅବସରରେ ଜାଗୋର ମେଂଟର ପ୍ରଫେସର ଅନୀତା ପଣ୍ଡା ନିଜ ବକ୍ତବ୍ୟରେ କହିଥିଲେ ଯେ ଅନେକ ସମୟରେ ଦାରିଦ୍ର‌୍ୟତା ଯୋଗୁଁ ଅନେକ ପ୍ରତିଭା ଲୁକ୍କାୟିତ ହୋଇ ରହିଯାଇଥାଆନ୍ତି ଏବଂ ଏହା ଦ୍ୱାରା ସମାଜର ହିତସାଧନ ହୋଇପାରି ନଥାଏ। ଏଭଳି ଲୁକ୍କାୟିତ ପ୍ରତିଭାଙ୍କୁ ବାହାରକୁ ଆଣିବାର ଲକ୍ଷ୍ୟ ନେଇ ପ୍ରୟାସ ଆରମ୍ଭ କରିଥିବା ଟିମ ଜାଗୋ ୧୮ ବର୍ଷ ଅତିକ୍ରମ କରି ୧୯ ବର୍ଷରେ ପାଦ ଥାପିଛି। ଉପଯୁକ୍ତ ଶିକ୍ଷା ଓ ସାମଗ୍ରିକ ବିକାଶ ଜରିଆରେ ସେମାନଙ୍କର ବ୍ୟକ୍ତିତ୍ୱ ନିର୍ମାଣ ପାଇଁ ଟିମ୍ ଜାଗୋ ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଶିଶୁମାନଙ୍କ ଦ୍ୱାରା ଏବଂ ଟିମ୍ ଜାଗୋର ସଦସ୍ୟ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

Leave A Reply

Your email address will not be published.