ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା ୨୦ରେ ହେବ ଦୀପାବଳି ଛୁଟି। ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣ କରିଛନ୍ତି ରାଜ୍ୟସରକାର। ୨୦ତାରିଖ ଦିନ ଦୀପାବଳି ପାଳନ ପାଇଁ ଶ୍ରୀମନ୍ଦିର ପକ୍ଷରୁ କୁହାଯିବା ପରେ ଏହି ଦିନକୁ ଛୁଟି ଘୋଷଣା କରାଯାଇଛି ।
ନୂଆପଡ଼ା ଜିଲା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବା ନେଇ ଘୋଷଣା ହୋଇଛି। ନୂଆପଡାରେ ଉପନିର୍ବାଚନ ପାଇଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରୁଥିବାରୁ ୨୦ତାରିଖ ଦିନ ସେଠାରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ । ପୂର୍ବରୁ ଘୋଷିତ ୨୧ ତାରିଖ ଛୁଟି ମଧ୍ୟ ବଳବତ୍ତର ରହିବ। ମାତ୍ର ୨୧ ତାରିଖରେ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଂ ସଂସ୍ଥା ଖୋଲା ରହିବ। ନୂଆପଡ଼ା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ୨ ଦିନ ବନ୍ଦ ରବିବା ବେଳେ ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ