ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ରାଜଧାନୀରେ ନାବାଳିକାକୁ ଗଣଦୁଷ୍କର୍ମ

0

ଭୁବନେଶ୍ବର: ରାଜଧାନୀରେ ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଛି। ଭୁବନେଶ୍ୱର କ୍ୟାପିଟାଲ ଥାନା ଅଶୋକ ନଗର ଅଞ୍ଚଳରେ ଏଭଳି ଲୋମହର୍ଷଣକାରୀ ଘଟଣା ଘଟିଛି। ପୀଡିତାଙ୍କ ଘର ବିହାରରେ। ନାବାଳିକା ଜଣଙ୍କ ଏବେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁରେ ଅଛନ୍ତି। ପୋଲିସ‌ ମାମଲା ରୁଜୁ କରି ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସି କ୍ୟାମେରା ଯାଞ୍ଚ କରୁଛି। ହେଲେ ଅଭିଯୁକ୍ତମାନଙ୍କର ଟେର ପାଇ ନାହିଁ।

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଜଣେ ୧୭ ବର୍ଷର ନାବାଳିକା ଅଶୋକ ନଗର ଅଞ୍ଚଳ ରାସ୍ତା କଡ଼ରେ ଦରମଲା ଅବସ୍ଥାରେ ପଡ଼ିଥିଲେ। କିଛି ଲୋକ ମାନସିକ ବିକୃତ ଭାବି ଅଣଦେଖା କରିଥିଲେ। ରାତି ଯେତେ ବଢ଼ିଥିଲା ନାବାଳିକା ଯନ୍ତ୍ରଣାରେ ଅଧିକ ଛଟପଟ ହେଉଥିଲେ। କିଛି ଅଟୋ ଚାଳକ ଘଟଣାସ୍ଥଳକୁ ଯାଇ ଦେଖିଥିଲେ ନାବାଳିକାର ଦେହର ବିଭିନ୍ନ ସ୍ଥାନ କ୍ଷତାକ୍ତ ହୋଇଛି। ପିନ୍ଧିଥିବା ପୋଷାକ ଚିରା ହୋଇଛି। ଏହା ଦେଖି ସେମାନେ ପୋଲିସ୍‌କୁ ଫୋନ୍‌ କରିଥିଲେ। ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରି କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ।

ଚିକିତ୍ସା ସମୟରେ ଡାକ୍ତର ଜାଣିବାକୁ ପାଇଥିଲେ ନାବଳିକା ସହ ଶାରୀରିକ ଅତ୍ୟାଚାର ହୋଇଛି। ନାବାଳିକାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଘର ବିହାର ରାଜ୍ୟରେ ବୋଲି ନାବାଳିକା ଜଣଙ୍କ ଡାକ୍ତରଙ୍କୁ ଜଣାଇଛନ୍ତି। ପୀଡିତାଙ୍କ ଅବସ୍ଥା ଦେଖି କ୍ୟାପିଟାଲ୍‌ ହସ୍ପିଟାଲ୍‌ କର୍ତ୍ତୃପକ୍ଷ ଏ ବିଷୟରେ କ୍ୟାପିଟାଲ ଥାନା ପୋଲିସ୍‌କୁ ଜଣାଇଥିଲେ। ପୋଲିସ୍‌ ବିଳମ୍ବିତ ରାତିରେ ଗଣଦୁଷ୍କର୍ମ ଓ ପୋକ୍ସୋ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ନାବାଳିକାର ପରିବାର ଲୋକଙ୍କୁ ଯୋଗାଯୋଗ କରିଛି।

Leave A Reply

Your email address will not be published.