ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଓଡ଼ିଶା ହେବ ‘ବିହନ ହବ୍’: ଉପମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ଅଭିଯାନରେ ଓଡ଼ିଶା ହେବ ‘ବିହନ ହବ୍’। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଘନ କୃଷି କାର୍ଯ୍ୟକ୍ରମ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ବିଲୁପ୍ତପ୍ରାୟ ଖାଦ୍ୟର ପୁନରୁଦ୍ଧାର ବିସୟରେ ଆଲୋଚନା ହୋଇଥିଲା।

ପ୍ରଧାନମନ୍ତ୍ରୀଙ୍କ ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ହେବା ଆହ୍ୱାନରେ ଅନୁପ୍ରାଣିତ ହୋଇ ଡାଲି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ପାଇଁ ଓଡ଼ିଶା କ୍ଲଷ୍ଟର ପଦ୍ଧତି ମାଧ୍ୟମରେ ରାଜ୍ୟରେ ହରଡ଼, କଳା ଚଣା ଏବଂ ଅନ୍ୟାନ୍ୟ ଡାଲି ଜାତୀୟ ଫସଲ ଚାଷକୁ ପ୍ରୋତ୍ସାହିତ କରିବାକୁ ନିଷ୍ପତ୍ତି ନେଇଛି । ICRISAT ଦ୍ୱାରା ବିକଶିତ ICPV25444 ନାମକ ଏକ ହରଡ଼ ପ୍ରଜାତି, ଯାହା ସବୁ ଋତୁରେ ଚାଷ କରାଯାଇପାରିବ। ଏହା ୪୫ ସେଲସିୟସ୍ ପର୍ଯ୍ୟନ୍ତ ତୀବ୍ର ଉତ୍ତାପ ସହନଶୀଳ ଏବଂ ୧୨୦ ଦିନ ସମୟ ମଧ୍ୟରେ ଉତ୍ପାଦନ କରାଯାଇପାରିବା ଭଳି ପ୍ରଜାତି ବିକଶିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ଏହି ବିକଶିତ ହରଡ଼ କିସମ ସହିତ ଡଙ୍ଗରରାଣୀ ଏବଂ କାନ୍ଦୁଲ ଭଳି ପାରମ୍ପରିକ କିସମ ମଧ୍ୟ ଚାଷ କରିବାକୁ ପରାମର୍ଶ ଦେଇଛନ୍ତି । ଯାହା ଏବେ ଓଡ଼ିଶା ରାଜ୍ୟ ବିହନ ନିଗମ ଲିମିଟେଡ୍ ଦ୍ୱାରା ବିଲୁପ୍ତ ପ୍ରାୟ କିସମ ବର୍ଗରେ ଆସୁଅଛି।

ଡାଲିରେ ଆତ୍ମନିର୍ଭର ଅଧୀନରେ ଓଡ଼ିଶା ଏକ ‘ବିହନ କେନ୍ଦ୍ର’ ହେବା ଉଚିତ ବୋଲି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି । ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡକ୍ଟର ଅରବିନ୍ଦ କୁମାର ପାଢୀ, କୃଷି ନିର୍ଦ୍ଦେଶକ ଶୁଭମ ସକ୍ସେନା, ଉଦ୍ୟାନ ନିର୍ଦ୍ଦେଶକ କାଲୁଙ୍ଗେ ଗୋରଖ ୱାମନ, କୃଷି ବିଭାଗ, ଉଦ୍ୟାନ ନିର୍ଦ୍ଦେଶାଳୟ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.