ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ

0

ଭୁବନେଶ୍ବର: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଏଣିତି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ। ଏନେଇ ସବୁ ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି। ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ।

ଗରିବ ଲୋକଙ୍କୁ ଆଶ୍ୱସ୍ତି ଦେବା ପାଇଁ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ରାସନ କାର୍ଡଧାରୀଙ୍କ ପାଇଁ ମାସିକ ଚାଉଳ ଆବଣ୍ଟନକୁ ଦ୍ୱିଗୁଣିତ କରିବା ପାଇଁ ଏକ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଆଗରୁ ରାସନ କାର୍ଡଧାରୀଙ୍କୁ ୫କିଲୋ ଚାଉଳ ମିଳୁଥିଲା। ହେଲେ ଏବେ ସରକାର ଅଧିକ ଚାଉଳ ଦେବାକୁ ଚିନ୍ତା କରୁଥିବା ଜଣାଯାଇଛି। ୧୯ ଜିଲ୍ଲାରେ ପରିବାର ପିଛା ମିଳିବ ଅଧିକ ୫ କେଜି ଚାଉଳ। ୩ ମାସ ପାଇଁ ଅଧିକ ୫ କେଜି ଚାଉଳ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ୧୯ ଜିଲ୍ଲାରେ ମୋଟ ୨ କୋଟି ୪୦ଲକ୍ଷ ହିତାଧିକାରୀ ଉପକୃତ ହେବେ।

ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ। ଏନେଇ ୧୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ଯୋଗାଣ ବିଭାଗର ଚିଠି ହୋଇଛି। ସେହି ଜିଲ୍ଲା ଗୁଡିକ ହେଉଛି- ଅନୁଗୁଳ, ବାଲେଶ୍ବର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ,ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ଼। ଏହି ଅତିରିକ୍ତ ଚାଉଳ ପୂର୍ବ ଭଳି ଆଧାର ସଂଯୁକ୍ତ ହିତାଧିକାରୀଙ୍କୁ ହିଁ ମିଳିବ। ଏହି ଯୋଜନା ଦ୍ଵାରା ୧୯ ଟି ଜିଲ୍ଲାର ୭୦.୪୭ ଲକ୍ଷରୁ ଅଧିକ ପରିବାର ଉପକୃତ ହେବେ। ନଭେମ୍ବର ୧୦ ତାରିଖ ସୁଦ୍ଧା ବଣ୍ଟନ ସାରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜାତୀୟ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ମିଳିବ ଏହି ଲାଭ।

Leave A Reply

Your email address will not be published.