ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ

0

ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ। ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି। ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଏହାର ପ୍ରଭାବରେ ୨୭ରୁ ୨୯ ତାରିଖ ୩ ଦିନ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ। ଖାସ୍ କରି ଓଡ଼ିଶା ଉପକୂଳରେ ୨୮ ଓ ୨୯ରେ ପବନର ବେଗ ୫୦ ରୁ ୬୦ କିମି ରହିବା ସହ ୭୦ କିମି ବେଗରେ ପବନ ବୋହିପାରେ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ତେବେ ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ରବିବାର ଏହିସବୁ ଜିଲ୍ଲା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ବୌଦ୍ଧ ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।

Leave A Reply

Your email address will not be published.