ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ବାତ୍ୟା ନ ଆସୁଣୁ ମାର୍କେଟରୁ ଆଳୁ, ପିଆଜ ଗାୟବ

0

ଭୁବନେଶ୍ବର: ବାତ୍ୟା ନ ଆସୁଣୁ ବଜାରରୁ ଆଳୁ ପିଆଜ ଗାୟବ ହୋଇଯାଇଥିବା ଦେଖିବାକୁ ମିଳିଛି। ଶନିବାର ସକାଳୁ ନେଇ ବର୍ତ୍ତମାନ ସୁଦ୍ଧା କୋଲକାତାରୁ ଭୁବନେଶ୍ୱରକୁ କୌଣସି ଆଳୁ ଗାଡ଼ି ଆସିନି। ଫଳରେ ଆଳୁର ଅଭାବ ଚିନ୍ତା ସମସ୍ତଙ୍କୁ ଘାରିଛି। ରବିବାର କିଛି ହାଟରେ ଆଳୁ କିଲୋ ପ୍ରତି ୨୫ ଟଙ୍କା ଓ ପିଆଜ ୩୦ ଟଙ୍କାରେ ବିକ୍ରି ହୋଇଛି। ଦିନକପୂର୍ବରୁ ଯେଉଁ ଆଳୁ ୨୦ ଓ ପିଆଜ ୨୫ଟଙ୍କାରେ ମିଳୁଥିଲା ତାହା ହଠାତ୍‌ ୫ଟଙ୍କା ଲେଖାଏଁ ବଢ଼ିଯିବା ତାଜୁବ କରିଛି।

ବାତ୍ୟା ଆଳରେ କଳାବଜାରୀ ହେଉଥିବା ଗ୍ରାହକମାନେ ଅଭିଯୋଗ କରିଛନ୍ତି। ଖବର ପାଇବା ପରେ ବାତ୍ୟା ବେଳେ କଳାବଜାରୀ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ। ହେଲେ କାଲିଠୁ କୋଲକାତାରୁ ଆଳୁଗାଡ଼ି ନଆସିବା ବ୍ୟବସାୟୀ ତଥା ଗୋଦାମମାଲିକଙ୍କ ଚିନ୍ତା ବଢ଼ାଇଦେଇଛି। ଯଦି ଆଗାମୀଦିନରେ ଗାଡ଼ି ନଆସେ ତେବେ ଆଳୁ ଦର ଆହୁରି ବଢ଼ିଯିବାର ଆଶଙ୍କା ଦେଖାଦେଇଛି।

Leave A Reply

Your email address will not be published.