ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଆସନ୍ତା ୩୦ ପର୍ଯ୍ୟନ୍ତ ୧୦ ଜିଲ୍ଲାରେ ସ୍କୁଲ ଛୁଟି

0

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାର ୧୦ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତା ୩୦ ପର୍ଯ୍ୟନ୍ତ ୧୦ ଜିଲ୍ଲାରେ ସ୍କୁଲ ଛୁଟି। ପୁରୀ, ନୟାଗଡ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ସ୍କୁଲ ବନ୍ଦ ରହିବ। ଏହା ସହିତ ୧୦ ଜିଲ୍ଲାରେ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ଛୁଟି ୩୦ ତାରିଖ ଯାଏଁ ବାତିଲ କରାଯାଇଛି। ଏଥିସହ ପ୍ରଭାବିତ ଆଶଙ୍କା ଥିବା ଗଜପତି ଓ ଗଞ୍ଜାମ ଜିଲ୍ଲାରୁ ଆରମ୍ଭ ହୋଇଛି ଲୋକଙ୍କୁ ସ୍ଥାନାନ୍ତର।

ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ଧାରଣ କରି ୨୮ ତାରିଖ ମଙ୍ଗଳବାର ସାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

Leave A Reply

Your email address will not be published.