ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

୩୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଦୁଇ ଗିରଫ

0

କଟକ: କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ। ଏହାସହିତ ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଜବତ ବ୍ରାଉନ ସୁଗାରର ମୂଲ୍ୟ ୩୧ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।

ଖବର ଅନୁଯାୟୀ, ମଙ୍ଗୁଳି ଛକ ନିକଟରେ ବ୍ରାଉନସୁଗାର କାରବାର ନେଇ ଅବକାରୀ ବିଭାଗକୁ ଗୁଇନ୍ଦା ସୂଚନା ମିଳିଥିଲା। ଯାହାକୁ ଆଧାର କରି ଅବକାରୀ ବିଭାଗ ଉକ୍ତ ସ୍ଥାନରେ ଚଢାଉ କରିଥିଲେ। ଏହି ଚଢାଉରେ ବିପୁଳ ପରିମାଣର ବ୍ରାଉନସୁଗାର ଜବତ ହୋଇଛି।

ସେହିପରି ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ଦୁଇ ଅଭିଯୁକ୍ତ ହେଲେ ବାସୁଦେବ ଦାସ ଓ ସରୋଜ କୁମାର ରାଉତ ବୋଲି ଜଣାପଡିଛି।

Leave A Reply

Your email address will not be published.