ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

୩୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଦୁଇ ଗିରଫ

0

କଟକ: କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ। ଏହାସହିତ ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଜବତ ବ୍ରାଉନ ସୁଗାରର ମୂଲ୍ୟ ୩୧ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।

ଖବର ଅନୁଯାୟୀ, ମଙ୍ଗୁଳି ଛକ ନିକଟରେ ବ୍ରାଉନସୁଗାର କାରବାର ନେଇ ଅବକାରୀ ବିଭାଗକୁ ଗୁଇନ୍ଦା ସୂଚନା ମିଳିଥିଲା। ଯାହାକୁ ଆଧାର କରି ଅବକାରୀ ବିଭାଗ ଉକ୍ତ ସ୍ଥାନରେ ଚଢାଉ କରିଥିଲେ। ଏହି ଚଢାଉରେ ବିପୁଳ ପରିମାଣର ବ୍ରାଉନସୁଗାର ଜବତ ହୋଇଛି।

ସେହିପରି ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ଦୁଇ ଅଭିଯୁକ୍ତ ହେଲେ ବାସୁଦେବ ଦାସ ଓ ସରୋଜ କୁମାର ରାଉତ ବୋଲି ଜଣାପଡିଛି।

Leave A Reply

Your email address will not be published.