ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ

0

ଭୁବନେଶ୍ବର: ବାତ୍ୟା ମୋନ୍ଥାରେ ରାଜ୍ୟର ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ ହୋଇଛି। କାଲିଠାରୁ କ୍ଷୟକ୍ଷତି ନେଇ ରିପୋର୍ଟ ସଂଗ୍ରହ କରିବେ ଜିଲ୍ଲାପାଳ। ଫସଲର କ୍ଷୟକ୍ଷତି ନେଇ ତଥ୍ୟ ସଂଗ୍ରହ କରିବେ ଅଧିକାରୀ। ସଠିକ ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲାପ୍ରଶାସନ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଘର ଭାଙ୍ଗିଥିଲେ ସର୍ଭେ କରାଯାଇ ତୁରନ୍ତ କ୍ଷତିପୂରଣ ଦିଆଯିବ। ଆକଳନ ବେଳେ ବ୍ୟାଙ୍କ ଖାତା, ଆକାଉଣ୍ଟ ନଂ ମାଗିବେ ଅଧିକାରୀ। ଏହା ପରେ ଅନଲାଇନରେ ତୁରନ୍ତ କ୍ଷତିପୂରଣ ଦିଆଯିବ ବୋଲି କହିଛନ୍ତି ମନ୍ତ୍ରୀ। ସମ୍ଭାବ୍ୟ ବାତ୍ୟାକୁ ଦେଖି ରାଜ୍ୟ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଥିବା କହିଛନ୍ତି ସୂରେଶ ପୂଜାରୀ। ସବୁ ବିଭାଗ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଥିଲେ।

ଭୂସ୍ଖଳନରୁ କେହି କ୍ଷତିଗ୍ରସ୍ତ ନ ହୁଅନ୍ତୁ ବ୍ୟବସ୍ଥା କରାଯାଇଥିଲା। ୧୯ ହଜାରରୁ ଅଧିକ ଲୋକଙ୍କୁ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଥିଲା। ୨ ହଜାରରୁ ଅଧିକ ଗର୍ଭବତୀଙ୍କୁ ମଧ୍ୟ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା । ଖୁବ୍ କମ ସମୟ ମଧ୍ୟରେ ରାସ୍ତା ଅବରୋଧ ହଟାଯାଇଥିଲା ବୋଲି କହିଛନ୍ତି ମନ୍ତ୍ରୀ ସୂରେଶ ପୂଜାରୀ।

Leave A Reply

Your email address will not be published.