ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ

0

ଭୁବନେଶ୍ବର: ବାତ୍ୟା ମୋନ୍ଥାରେ ରାଜ୍ୟର ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ ହୋଇଛି। କାଲିଠାରୁ କ୍ଷୟକ୍ଷତି ନେଇ ରିପୋର୍ଟ ସଂଗ୍ରହ କରିବେ ଜିଲ୍ଲାପାଳ। ଫସଲର କ୍ଷୟକ୍ଷତି ନେଇ ତଥ୍ୟ ସଂଗ୍ରହ କରିବେ ଅଧିକାରୀ। ସଠିକ ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲାପ୍ରଶାସନ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଘର ଭାଙ୍ଗିଥିଲେ ସର୍ଭେ କରାଯାଇ ତୁରନ୍ତ କ୍ଷତିପୂରଣ ଦିଆଯିବ। ଆକଳନ ବେଳେ ବ୍ୟାଙ୍କ ଖାତା, ଆକାଉଣ୍ଟ ନଂ ମାଗିବେ ଅଧିକାରୀ। ଏହା ପରେ ଅନଲାଇନରେ ତୁରନ୍ତ କ୍ଷତିପୂରଣ ଦିଆଯିବ ବୋଲି କହିଛନ୍ତି ମନ୍ତ୍ରୀ। ସମ୍ଭାବ୍ୟ ବାତ୍ୟାକୁ ଦେଖି ରାଜ୍ୟ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଥିବା କହିଛନ୍ତି ସୂରେଶ ପୂଜାରୀ। ସବୁ ବିଭାଗ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଥିଲେ।

ଭୂସ୍ଖଳନରୁ କେହି କ୍ଷତିଗ୍ରସ୍ତ ନ ହୁଅନ୍ତୁ ବ୍ୟବସ୍ଥା କରାଯାଇଥିଲା। ୧୯ ହଜାରରୁ ଅଧିକ ଲୋକଙ୍କୁ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଥିଲା। ୨ ହଜାରରୁ ଅଧିକ ଗର୍ଭବତୀଙ୍କୁ ମଧ୍ୟ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା । ଖୁବ୍ କମ ସମୟ ମଧ୍ୟରେ ରାସ୍ତା ଅବରୋଧ ହଟାଯାଇଥିଲା ବୋଲି କହିଛନ୍ତି ମନ୍ତ୍ରୀ ସୂରେଶ ପୂଜାରୀ।

Leave A Reply

Your email address will not be published.