ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଭାଜପା ନେତା ଶଙ୍କର ପରିଡ଼ାଙ୍କ ପରଲୋକ

0

ଭୁବନେଶ୍ୱର: ପ୍ରସିଦ୍ଧ କବି ତଥା ବରିଷ୍ଠ ଭାଜପା ନେତା ଶଙ୍କର ପରିଡ଼ାଙ୍କ ପରଲୋକ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଗତକାଲି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ପରଲୋକ ହୋଇଛି।

ଶଙ୍କର ପରିଡ଼ା ଅତୀତରେ ଜିଲା ପରିଷଦ ସଭାପତି ଏବଂ ପୁରୀ ସଦର ପଞ୍ଚାୟତ ସମିତି ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ। ବିଜେପି ରାଜ୍ୟ ପଞ୍ଚାୟତିରାଜ ସେଲର ସେ ଅଧ୍ୟକ୍ଷ ଥିଲେ। ଦୀର୍ଘଦିନ ହେବ ସେ ଫୁସ୍‌ଫୁସ୍‌ କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଦୀର୍ଘଦିନ ହେବ ତାଙ୍କର ଚିକିତ୍ସା ଚାଲିଥିଲା। କଟକ ସ୍ଥିତ ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲ ଓ ମୁମ୍ବାଇର ଟାଟା ମେମୋରିଆଲ ହସ୍‌ପିଟାଲରେ ଚିକିତ୍ସିତ ହେବା ପରେ ତାଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା।

Leave A Reply

Your email address will not be published.