ପ୍ରମୁଖ ଖବର

ତିନି ମାସ ନିଖୋଜ ଥିବା ଆଇନଜୀବୀଙ୍କ ମୃତଦେହ ପୋଖରୀରୁ ଉଦ୍ଧାର
ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବେ ନେଲେ ଶପଥ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ
ପରଲୋକରେ ଭେଟେରାନ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ର

ପୀତବାସ ହତ୍ୟା ମାମଲା: ଆତ୍ମସମର୍ପଣ କଲେ ଶାର୍ପ ସୁଟର କୁରୁପତି ଓ ଉମା

0

ବ୍ରହ୍ମପୁର: ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ଆତ୍ମସମର୍ପଣ କଲେ ୨ ଫେରାର୍ ଅଭିଯୁକ୍ତ। ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ଉମା ବିଷୋୟୀ ଓ ସାର୍ପ ସୁଟର କୁରୂପତି ଭୂୟାଁ ଆଜି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଉଭୟଙ୍କୁ ପଚରାଉଚରା କରାଯାଉଛି। ଗତ ୬ ତାରିଖରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା ହୋଇଥିଲା। ଘଟଣା ପରଠୁ ପୋଲିସ ୧୪ଜଣଙ୍କୁ ଗିରଫ କରିସାରିଥିବା ବେଳେ ଏହି ଦୁଇ ଜଣ ଫେରାର ଥିଲେ। ଗତ ୨୨ତାରିଖରେ ପୋଲିସ ବିଜେଡି ଜିଲ୍ଲା ସଭାପତି ବିକ୍ରମ କୁମାର ପଣ୍ଡାଙ୍କ ସହ ୧୨ଜଣଙ୍କୁ କୋର୍ଟ ଚାଲାଣ କରିଥିଲା।

ପରବର୍ତ୍ତୀ ସମୟରେ ଜୟପୁରର ସୁନୀଲ ହୋତା ଓ ବିଜେଡି ନେତା ଶୂନ୍ୟ ଦାସଙ୍କୁ ଗିରଫ କରିଥିଲା। ଉଭୟଙ୍କୁ ପୋଲିସ ଜେରା କରୁଛି। ଉମା ଓ କୁରୁପତି ଧରାପଡ଼ିବା ପରେ ଅନେକ ତଥ୍ୟ ପଦାକୁ ଆସିବ ବୋଲି କୁହାଯାଉଛି। ଉମା ଓ କୁରୁପତିଙ୍କ ଘର ଗୋଟିଏ ଗ୍ରାମରେ ହୋଇଥିବା ବେଳେ ଉଭୟଙ୍କ ନାମରେ ଏକାଧିକ ଅପରାଧିକ ମାମଲା ରହିଛି।

ପୀତବାସ ହତ୍ୟା ମାମଲାରେ ବ୍ରହ୍ମପୁର ପୁଲିସ ବିଜେଡିର ଗଞ୍ଜାମ ଜିଲ୍ଲା ସଭାପତି ତଥା ବ୍ରହ୍ମପୁର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ସୁନୀଲ ହୋତା ସମେତ ମୋଟ ୧୩ ଜଣଙ୍କୁ ଗିରଫ କରିଥିଲା। ବର୍ତ୍ତମାନ ଏହି ଗିରଫଦାରି ସଂଖ୍ୟା ୧୫ରେ ପହଞ୍ଚିଛି। ପୂର୍ବରୁ ଗିରଫ ହୋଇଥିବା ୧୨ ଜଣଙ୍କ ମଧ୍ୟରେ ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସ ଓରଫ ପିଣ୍ଟୁ ଏବଂ ବର୍ତ୍ତମାନର ୪୧ ନମ୍ବର ୱାର୍ଡ କର୍ପୋରେଟର ମଳୟ ବିଷୋୟୀ, ବିଜେଡି ନେତା ମଦନ ଦଳାଇ, ଛାତ୍ରନେତା ଯୋଗୀ ରାଉତ, ରାଜେନ୍ଦ୍ର ସାହୁ ଓ କାଳିଆ ଭୂୟାଁ, ବିପିନ ସ୍ୱାଇଁ, ସୀମାଞ୍ଚଳ ସ୍ୱାଇଁ, ସିସ୍ ପାସୱାନ ଓ କୁନ୍ଦନ ପାସୱାନ ପ୍ରମୁଖ ରହିଛନ୍ତି।

Leave A Reply

Your email address will not be published.