ନୂଆପଡ଼ା: ନୂଆପଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ସିକ୍ୟୁରିଟି ଗାର୍ଡ୍ ହସ୍ପିଟାଲର ପଞ୍ଚମ ମହଲା ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ସିକ୍ୟୁରିଟି ଗାର୍ଡ୍ ପଲାସାଗୁଡ଼ା ଗାଁର ଲଘୁତମ ସାହୁ । ତାଙ୍କର ଏଭଳି ଚରମ ପଦକ୍ଷେପ ନେବାର କାରଣ ସ୍ପଷ୍ଟ ହୋଇ ନଥିବା ବେଳେ, ଲଘୁତମ ଗତ ୫ ମାସ ଧରି ତାଙ୍କର ଦରମା ପାଇ ନଥିଲେ। ଆର୍ଥିକ ସମସ୍ୟା ଯୋଗୁଁ ସେ ଏପରି କରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।
ପ୍ରମୁଖ ଖବର
ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ