ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ

0

ଭୁବନେଶ୍ବର: ରାଜଧାନୀରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଶୋଇଥିବାବେଳେ ମା’-ଝିଅଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଛି ଭରତପୁର ପୋଲିସ। ଅଭିଯୁକ୍ତ ଜଣଙ୍କ ଖସି ପଳାଇବାକୁ ଉଦ୍ୟମ କରୁଥିବାବେଳେ ପୋଲିସ ତାଙ୍କୁ ମାଡ଼ବସିଥିଲା। ଗିରଫ ଅଭିଯୁକ୍ତ ଗଞ୍ଜାମ ବେଗୁନିଆପଡ଼ାର ପବିତ୍ର କହଁର।

ସୂଚନା ଅନୁଯାୟୀ, ବସ ପାଇଁ ବରମୁଣ୍ଡା ବସଷ୍ଟାଣ୍ଡରେ ମା’ ଓ ଝିଅ ଅପେକ୍ଷା କରିଥିଲେ। ଏହି ସମୟରେ ବିଳମ୍ବ ହେବାରୁ ଉଭୟଙ୍କର ଆଖିଲାଗିଯାଇଥିଲା। ଏହାର ସୁଯୋଗ ନେଇ ଅଭିଯୁକ୍ତ ପବିତ୍ର ପ୍ରଥମେ ମହିଳାଙ୍କ ନାବାଳିକା ଝିଅକୁ ଦୁଷ୍କର୍ମ ଉଦ୍ୟମ କରିଥିଲା। ସେ ପାଟି କରି ଉଠିବାରୁ ପବିତ୍ର ତାକୁ ଛାଡ଼ି ଦେଇଥିଲା। ପରେ ମହିଳାଙ୍କୁ ମଧ୍ୟ ଦୁଷ୍କର୍ମ ଉଦ୍ୟମ କରିଥିଲା।

ମହିଳା ଜଣଙ୍କ ଜୋରରେ ପାଟି କରିବାରୁ ପବିତ୍ର ସେଠାରୁ ଦୌଡ଼ି ପଳାଇଥିଲା। ଏହାପରେ ଭରତପୁର ଥାନାକୁ ଖବର ଦିଆଯାଇଥିଲା। ସଙ୍ଗେ ସଙ୍ଗେ ପୋଲିସ ପହଞ୍ଚି ବସ୍‌ ଯୋଗେ ଖସି ପଳାଇବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ପବିତ୍ରକୁ କାବୁ କରିବାରେ ସଫଳ ହୋଇଥିଲା।

Leave A Reply

Your email address will not be published.