ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

0

ଭୁବନେଶ୍ବର: ନଭେମ୍ବର ୭ରେ ପାଳନ ହେବ ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି। ଆସନ୍ତା ୭ ତାରିଖରେ ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍‌’ ଗାଇବେ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଛି। ‘ବନ୍ଦେ ମାତରମ୍‌’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏଭଳି ନିଷ୍ପତ୍ତି ନିଆଯାଇଛି।

ଆମର ଜାତୀୟ ଗୀତି ଭାବେ ସ୍ୱୀକୃତ ‘ବନ୍ଦେ ମାତରମ୍‌’ ଗୀତଟିର ରଚୟିତା ହେଉଛନ୍ତି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟ। ଏହି ଗୀତଟି ତାଙ୍କ ଲିଖିତ ‘ଆନନ୍ଦ ମଠ’ ପୁସ୍ତକରେ ସଂଯୋଜିତ ଥିଲା। ଏହି ପ୍ରସିଦ୍ଧ ଗୀତଟି ୧୮୭୫ ମସିହା ସେପ୍ଟେମ୍ବର ୭ ତାରିଖରେ ଲେଖାଯାଇଥିଲା। ୧୮୮୨ ମସିହାରେ ଗୀତଟି ପ୍ରକାଶ ପାଇଥିଲା। ୧୯୫୦ ମସିହା ଜାନୁଆରୀ ୨୪ ତାରିଖରେ ଗୀତଟିକୁ ଜାତୀୟ ଗୀତି ଭାବେ ଚୟନ କରାଯାଇଥିଲା।

Leave A Reply

Your email address will not be published.