ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

0

ପାରାଦୀପ: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜଗତସିଂହପୁର ଜିଲ୍ଲାର ପାରାଦ୍ୱୀପ ବନ୍ଦରରେ ଆୟୋଜିତ ହୋଇଛି ‘ବୋଇତ ବନ୍ଦାଣ ଉତ୍ସବ- ୨୦୨୫’ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାର ଗାରିମାସମ୍ପନ୍ନ ନୌବାଣିଜ୍ୟ ପରମ୍ପରା ସମ୍ପର୍କରେ ଆଲୋକପାତ କରିଛନ୍ତି।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବୋଇତ ବନ୍ଦାଣ ଓ ବାଲିଯାତ୍ରା ମାତ୍ର ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବମାନଙ୍କ ଦୁଃସାହସିକ ମନୋବଳର ପ୍ରତୀକ। ଏହି ପରମ୍ପରା ଆଜି ବି ଓଡ଼ିଆ ଜନତାଙ୍କୁ ପ୍ରେରଣା ଦେଉଛି ଯେ, ସେମାନେ ଧୈର୍ଯ୍ୟ ଓ ସାହସ ସହିତ ନୂଆ ଶିଖର ଛୁଇଁପାରନ୍ତି।

ବୋଇତ ବନ୍ଦାଣ ଓ ବାଲିଯାତ୍ରା କେବଳ ଏକ ପର୍ବ ନୁହେଁ, ଏହା ଓଡ଼ିଆ ଜନତାଙ୍କ ଦୃଢତା, ସାହସ ଓ ସଂସ୍କୃତିକ ଗର୍ବର ପ୍ରତୀକ। ସାଧବମାନଙ୍କ ନୌବାଣିଜ୍ୟ ପରମ୍ପରା ଆଜି ବି ଆମକୁ ନୂଆ ଦିଗରେ ଅଗ୍ରସର ହେବା ପାଇଁ ପ୍ରେରଣା ଦେଉଛି । ଭାରତ ସରକାରଙ୍କ ‘ସାଗରମାଳା’, ‘ଗତିଶକ୍ତି’ ଓ ‘ନ୍ୟାସନାଲ୍ ଲଜିଷ୍ଟିକ୍ ପଲିସି’ ଯୋଜନା ସହ ସମନ୍ୱୟ କରି ଓଡ଼ିଶାରେ ବନ୍ଦର ଭିତ୍ତିକ ଅର୍ଥନୀତି ଗଢ଼ାଯାଉଛି । ତଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ କୋଷ୍ଟାଲ୍‌ ଇକୋନୋମିକ୍‌ ଜୋନ ସ୍ଥାପନ ପାଇଁ ଉଦ୍ୟମ ଚାଲିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

କାର୍ଯ୍ୟକ୍ରମରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଥିଲେ ଯେ, ରାଜ୍ୟ ସରକାର ବନ୍ଦରକୁ କେନ୍ଦ୍ର କରି ଶିଳ୍ପ, ଆଧାରଭୂତ ସଂରଚନା, ନିଯୁକ୍ତି ସୃଷ୍ଟି ଓ ଦକ୍ଷତା ବିକାଶରେ ବିଶେଷ ଗୁରୁତ୍ୱ ଦେଉଛି। ପାରାଦୀପ ବନ୍ଦରର ବିକାଶ ମାତ୍ର ଓଡ଼ିଶାକୁ ନୁହେଁ, ସମଗ୍ର ଭାରତର ମାରିଟାଇମ୍ ଅର୍ଥନୀତିକୁ ଶକ୍ତିଶାଳୀ କରୁଛି। ପାରାଦୀପ ଆଜି କେବଳ ଏକ ବନ୍ଦର ନୁହେଁ, ଏହା ଓଡ଼ିଶାର ଅସୀମ ସମ୍ଭାବନା ଓ ନୂଆ ଭାରତ ଗଢ଼ିବାର ଶକ୍ତିର ପ୍ରତୀକ, ବୋଲି ସେ କହିଛନ୍ତି।

Leave A Reply

Your email address will not be published.