ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

0

ପାରାଦୀପ: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜଗତସିଂହପୁର ଜିଲ୍ଲାର ପାରାଦ୍ୱୀପ ବନ୍ଦରରେ ଆୟୋଜିତ ହୋଇଛି ‘ବୋଇତ ବନ୍ଦାଣ ଉତ୍ସବ- ୨୦୨୫’ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାର ଗାରିମାସମ୍ପନ୍ନ ନୌବାଣିଜ୍ୟ ପରମ୍ପରା ସମ୍ପର୍କରେ ଆଲୋକପାତ କରିଛନ୍ତି।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବୋଇତ ବନ୍ଦାଣ ଓ ବାଲିଯାତ୍ରା ମାତ୍ର ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବମାନଙ୍କ ଦୁଃସାହସିକ ମନୋବଳର ପ୍ରତୀକ। ଏହି ପରମ୍ପରା ଆଜି ବି ଓଡ଼ିଆ ଜନତାଙ୍କୁ ପ୍ରେରଣା ଦେଉଛି ଯେ, ସେମାନେ ଧୈର୍ଯ୍ୟ ଓ ସାହସ ସହିତ ନୂଆ ଶିଖର ଛୁଇଁପାରନ୍ତି।

ବୋଇତ ବନ୍ଦାଣ ଓ ବାଲିଯାତ୍ରା କେବଳ ଏକ ପର୍ବ ନୁହେଁ, ଏହା ଓଡ଼ିଆ ଜନତାଙ୍କ ଦୃଢତା, ସାହସ ଓ ସଂସ୍କୃତିକ ଗର୍ବର ପ୍ରତୀକ। ସାଧବମାନଙ୍କ ନୌବାଣିଜ୍ୟ ପରମ୍ପରା ଆଜି ବି ଆମକୁ ନୂଆ ଦିଗରେ ଅଗ୍ରସର ହେବା ପାଇଁ ପ୍ରେରଣା ଦେଉଛି । ଭାରତ ସରକାରଙ୍କ ‘ସାଗରମାଳା’, ‘ଗତିଶକ୍ତି’ ଓ ‘ନ୍ୟାସନାଲ୍ ଲଜିଷ୍ଟିକ୍ ପଲିସି’ ଯୋଜନା ସହ ସମନ୍ୱୟ କରି ଓଡ଼ିଶାରେ ବନ୍ଦର ଭିତ୍ତିକ ଅର୍ଥନୀତି ଗଢ଼ାଯାଉଛି । ତଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ କୋଷ୍ଟାଲ୍‌ ଇକୋନୋମିକ୍‌ ଜୋନ ସ୍ଥାପନ ପାଇଁ ଉଦ୍ୟମ ଚାଲିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

କାର୍ଯ୍ୟକ୍ରମରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଥିଲେ ଯେ, ରାଜ୍ୟ ସରକାର ବନ୍ଦରକୁ କେନ୍ଦ୍ର କରି ଶିଳ୍ପ, ଆଧାରଭୂତ ସଂରଚନା, ନିଯୁକ୍ତି ସୃଷ୍ଟି ଓ ଦକ୍ଷତା ବିକାଶରେ ବିଶେଷ ଗୁରୁତ୍ୱ ଦେଉଛି। ପାରାଦୀପ ବନ୍ଦରର ବିକାଶ ମାତ୍ର ଓଡ଼ିଶାକୁ ନୁହେଁ, ସମଗ୍ର ଭାରତର ମାରିଟାଇମ୍ ଅର୍ଥନୀତିକୁ ଶକ୍ତିଶାଳୀ କରୁଛି। ପାରାଦୀପ ଆଜି କେବଳ ଏକ ବନ୍ଦର ନୁହେଁ, ଏହା ଓଡ଼ିଶାର ଅସୀମ ସମ୍ଭାବନା ଓ ନୂଆ ଭାରତ ଗଢ଼ିବାର ଶକ୍ତିର ପ୍ରତୀକ, ବୋଲି ସେ କହିଛନ୍ତି।

Leave A Reply

Your email address will not be published.