ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି

0

ଭୁବନେଶ୍ବର: ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ହୋଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ବିନା ଜରିମାନାରେ ଉଭୟ କଳା,ବିଜ୍ଞାନ,ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ପାଇଁ ପଞ୍ଜିକରଣ ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀଙ୍କ ଫର୍ମ ପୂରଣ ଓ ଫି ଆଦାୟର ଶେଷ ତାରିଖ ନଭେମ୍ବର ୧୧ କୁ ଘୁଞ୍ଚାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ସେହିପରି ନଭେମ୍ବର ୧୩ରୁ ୧୮ ତାରିଖ ମଧ୍ୟରେ ପଞ୍ଜିକରଣ ଓ ଫର୍ମପୂରଣ କଲେ ଛାତ୍ରଛାତ୍ରୀଙ୍କୁ ୨୦୦ଟଙ୍କା ଜରିମାନା ଏବଂ ନଭେମ୍ବର ୧୯ରୁ ୨୧ ମଧ୍ୟରେ ପଞ୍ଜିକରଣ ଓ ଫର୍ମପୂରଣ କଲେ ଛାତ୍ରଛାତ୍ରୀଙ୍କୁ ୬୦୦ଟଙ୍କା ଜରିମାନା ଦେବାକୁ ପଡ଼ିବ।

Leave A Reply

Your email address will not be published.