ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଧାନର ଏମଏସପି ୬୯ ଟଙ୍କା ବୃଦ୍ଧି

0

ଭୁବନେଶ୍ବର: ଚାଷୀଙ୍କ ପାଇଁ ଖୁସି ଖବର। ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ। ଖରିଫ ‍ଫସଲ ପୂର୍ବରୁ ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ବିଭିନ୍ନ ପ୍ରକାରର ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍‌ପିକୁ ଆଜି କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି। ଏହି କ୍ରମରେ ଆଜି ରାଜ୍ୟ ସରକାର ଧାନର ଏମଏସପି କ୍ୱିଣ୍ଟାଲ ପିଛା ୬୯ ଟଙ୍କା ବୃଦ୍ଧି କରିଛନ୍ତି।

ଏଣିକି ୩୧୦୦ ବଦଳରେ କ୍ୱିଣ୍ଟାଲ ପିଛା ୩୧୬୯ ଟଙ୍କା ଦେବେ ସରକାର। କେନ୍ଦ୍ର ସରକାର ଧାନ କ୍ୱିଣ୍ଟାଲ ପିଛା ବର୍ଦ୍ଧିତ ଏମଏସପି ୨୩୬୯ ଟଙ୍କା ସ୍ଥିର କରିଥିବା ବେଳେ ରାଜ୍ୟ ସରକାର କ୍ୱିଣ୍ଟାଲ ପିଛା ଦେଉଛନ୍ତି ୮୦୦ ଟଙ୍କାର ଇନପୁଟ ସବସିଡ୍।

ସେଇଭଳି A-କିସମର ଧାନ ପାଇଁ କ୍ୱିଣ୍ଟାଲ ପିଛା ୮୯ ଟଙ୍କା ବୃଦ୍ଧି ହେବ ସହ ମୋଟ୍ ଟଙ୍କା ୩୧୮୯ ଧାର୍ଯ୍ୟ କରାଯାଇଛି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.