ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଧାନର ଏମଏସପି ୬୯ ଟଙ୍କା ବୃଦ୍ଧି

0

ଭୁବନେଶ୍ବର: ଚାଷୀଙ୍କ ପାଇଁ ଖୁସି ଖବର। ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ। ଖରିଫ ‍ଫସଲ ପୂର୍ବରୁ ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ବିଭିନ୍ନ ପ୍ରକାରର ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍‌ପିକୁ ଆଜି କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି। ଏହି କ୍ରମରେ ଆଜି ରାଜ୍ୟ ସରକାର ଧାନର ଏମଏସପି କ୍ୱିଣ୍ଟାଲ ପିଛା ୬୯ ଟଙ୍କା ବୃଦ୍ଧି କରିଛନ୍ତି।

ଏଣିକି ୩୧୦୦ ବଦଳରେ କ୍ୱିଣ୍ଟାଲ ପିଛା ୩୧୬୯ ଟଙ୍କା ଦେବେ ସରକାର। କେନ୍ଦ୍ର ସରକାର ଧାନ କ୍ୱିଣ୍ଟାଲ ପିଛା ବର୍ଦ୍ଧିତ ଏମଏସପି ୨୩୬୯ ଟଙ୍କା ସ୍ଥିର କରିଥିବା ବେଳେ ରାଜ୍ୟ ସରକାର କ୍ୱିଣ୍ଟାଲ ପିଛା ଦେଉଛନ୍ତି ୮୦୦ ଟଙ୍କାର ଇନପୁଟ ସବସିଡ୍।

ସେଇଭଳି A-କିସମର ଧାନ ପାଇଁ କ୍ୱିଣ୍ଟାଲ ପିଛା ୮୯ ଟଙ୍କା ବୃଦ୍ଧି ହେବ ସହ ମୋଟ୍ ଟଙ୍କା ୩୧୮୯ ଧାର୍ଯ୍ୟ କରାଯାଇଛି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.