ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍

0

କନ୍ଧମାଳ: ଗଞ୍ଜାମ-କନ୍ଧମାଳ ସୀମା ଘୁମୁସର ଉଦୟଗିରି ନିକଟ କଳିଙ୍ଗା ଘାଟିରେ ଆଜି ଭୋର ସମୟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ପାଖାପାଖି ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବସଟି ବରଗଡ଼ରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ନେଇ ଜଣାପଡ଼ିଛି। ଅପରପକ୍ଷରେ ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ଘୁମୁସର ଉଦୟଗିରି ପୋଲିସ, ଅଗ୍ନିଶମ ବାହିନୀ ଏବଂ ଭଞ୍ଜନଗର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ତୁରନ୍ତ ଚିକିତ୍ସା ପାଇଁ ଘୁମୁସର ଉଦୟଗିରି ଏବଂ ଭଞ୍ଜନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଆହତ ଯାତ୍ରୀଙ୍କ ମଧ୍ୟରୁ କିଛି ଜଣଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବା ଜଣାପଡିଛି। ବସରେ ୫୦ରୁ ଅଧିକ ଯାତ୍ରୀ ରହିଥିବା ସୂଚନା ମିଳିଛି।

Leave A Reply

Your email address will not be published.