ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍

0

କନ୍ଧମାଳ: ଗଞ୍ଜାମ-କନ୍ଧମାଳ ସୀମା ଘୁମୁସର ଉଦୟଗିରି ନିକଟ କଳିଙ୍ଗା ଘାଟିରେ ଆଜି ଭୋର ସମୟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ପାଖାପାଖି ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବସଟି ବରଗଡ଼ରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ନେଇ ଜଣାପଡ଼ିଛି। ଅପରପକ୍ଷରେ ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇ ଘୁମୁସର ଉଦୟଗିରି ପୋଲିସ, ଅଗ୍ନିଶମ ବାହିନୀ ଏବଂ ଭଞ୍ଜନଗର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ତୁରନ୍ତ ଚିକିତ୍ସା ପାଇଁ ଘୁମୁସର ଉଦୟଗିରି ଏବଂ ଭଞ୍ଜନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଆହତ ଯାତ୍ରୀଙ୍କ ମଧ୍ୟରୁ କିଛି ଜଣଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ଥିବା ଜଣାପଡିଛି। ବସରେ ୫୦ରୁ ଅଧିକ ଯାତ୍ରୀ ରହିଥିବା ସୂଚନା ମିଳିଛି।

Leave A Reply

Your email address will not be published.