ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ

0

ନ୍ୟୁଜ୍ ବ୍ୟୁରୋ: ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଘଟଣାର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟି ଏବଂ ସିଲିକନ୍ ଟେକ୍ ମାଲିକ ସୁରେଶ ନାୟକଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ପଚରାଯାଇଥିଲେ ମଧ୍ୟ ସେମାନେ କେହି ସନ୍ତୋଷଜନକ ଉତ୍ତର ଦେଉନାହାନ୍ତି। ଯାହାକୁ ନେଇ ଏବେ ସେମାନଙ୍କର ଲାଏ ଡିଟେକ୍ସନ୍‌ ଟେଷ୍ଟ ବା ମିଛ ଧରା ପରୀକ୍ଷା କରାଯିବ ବୋଲି କ୍ରାଇମ୍‌ବ୍ରାଞ୍ଚ ଅଧିକାରୀ ସୂଚନା ଦେଇଛନ୍ତି। ଏହି କେଳେଙ୍କାରୀରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି, ଟଙ୍କା କାରବାର କିପରି ହୋଇଛି ଏବଂ ଏହାର ଚେର କେତେଦୂର ଲମ୍ବିଛି, ତାହା ଜାଣିବାକୁ କ୍ରାଇମ୍‌ବ୍ରାଞ୍ଚ ଚେଷ୍ଟା କରୁଛି। ତେଣୁ ଏହି ପରୀକ୍ଷା ଦ୍ୱାରା ଅଧିକ ତଥ୍ୟ ହାସଲ କରିବାକୁ କ୍ରାଇମ୍‌ବ୍ରାଞ୍ଚ ଲକ୍ଷ୍ୟ ରଖିଛି।

ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିକୁ କିଛି ଦିନ ତଳେ ନେପାଳ ସୀମା ଉତ୍ତରାଖଣ୍ଡରୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ। ସେ ଦୁବାଇ ପଳାଇ ଯିବାର ଯୋଜନା ରଖିଥିବାବେଳେ, କ୍ରାଇମବ୍ରାଞ୍ଚ ହାତରେ ଧରାପଡିଥିଲା। ଧରାପଡିଯିବା ପରେ ସେ ନିଜକୁ ନିର୍ଦ୍ଦୋଶ କହିବା ସହ ପରେ ଏଥିରେ ପୂର୍ବ ସରକାରଙ୍କ ହାତ ଥିବା କହିଥିଲା ଶଙ୍କର।

Leave A Reply

Your email address will not be published.