ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଡିସେମ୍ବର ୧ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ

0

ନୂଆ ଦିଲ୍ଲୀ: ଡିସେମ୍ବର ୧ ତାରିଖରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ଦିନ ଏହା ଘୋଷଣା କରିଛନ୍ତି।

ଏକ୍ସରେ ଏ ସମ୍ପର୍କରେ ସୂଚନା ଦେଇ ରିଜିଜୁ କହିଛନ୍ତି ଯେ, ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ କେନ୍ଦ୍ର ସରକାରଙ୍କ ପ୍ରସ୍ତାବକୁ ଗ୍ରହଣ କରି ଡିସେମ୍ବର ୧ ରୁ ୧୯ ଯାଏ ସଂସଦର ଶୀତ ଅଧିବେଶନ ଚାଲୁ ରଖିବାକୁ ଅନୁମତି ଦେଇଛନ୍ତି।

ଗୋଟିଏ ଗଠନମୂଳକ ଓ ସଫଳ ଅଧିବେଶନର ଆଶା ରହିଛି, ଯାହା ଗଣତନ୍ତ୍ରକୁ ମଜବୁତ କରିବ ଏବଂ ଲୋକଙ୍କ ଆକାଂକ୍ଷାକୁ ପୂରଣ କରିବ ବୋଲି ରିଜିଜୁ କହିଛନ୍ତି। ଏହି ସମୟ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ୍ ଉପରେ ଆଲୋଚନା ହେବାର ଆଶା କରାଯାଉଛି।

Leave A Reply

Your email address will not be published.