ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ଯୁକ୍ତ ୨ ଇଣ୍ଟରନାଲ୍‌ ପରୀକ୍ଷା ବାଧ୍ୟତାମୂଳକ, ଜାରି ହେଲା ମାର୍ଗଦର୍ଶିକା

0

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE), ଓଡ଼ିଶା ଦ୍ୱାରା +୨ର ସମସ୍ତ ନିୟମିତ ଛାତ୍ରଛାତ୍ରୀଙ୍କ ପାଇଁ ଇଣ୍ଟରନାଲ ମୂଲ୍ୟାୟନ (Internal Assessment) ଏବଂ ପ୍ରୋଜେକ୍ଟ କାର୍ଯ୍ୟକୁ ବାଧ୍ୟତାମୂଳକ କରାଯାଇଛି। ଇଣ୍ଟରନାଲ୍‌ ଏବଂ ପ୍ରୋଜେକ୍ଟ ପରୀକ୍ଷାକୁ ସୁଚାରୁଭାବେ କରିବା ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। କେବଳ ରେଗୁଲାର୍‌ ପରୀକ୍ଷାର୍ଥୀମାନେ ଇଣ୍ଟରନାଲ୍‌ ବା ପ୍ରୋଜେକ୍ଟ ପରୀକ୍ଷା ଦେବେ।ଛାତ୍ରଛାତ୍ରୀମାନେ ପ୍ରଥମ ସ୍ଲଟ୍‌ ବା ଡିସେମ୍ବର ୨୨ରୁ ୩୧ ମଧ୍ୟରେ ପରୀକ୍ଷା ଦେଇ ନ ପାରିବେ, ସେମାନଙ୍କୁ ଆଉ ଗୋଟିଏ ସୁଯୋଗ ପ୍ରଦାନ କରାଯିବ। ଏଥିପାଇଁ ଅନୁପସ୍ଥିତିର ଉପଯୁକ୍ତ ପ୍ରମାଣ ଦାଖଲ କରିବାକୁ ପଡ଼ିବ।

ଜାନୁଆରୀ ୨ରୁ ୧୫ ତାରିଖ ମଧ୍ୟରେ ସେମାନେ ପରୀକ୍ଷା ଦେଇପାରିବେ। ମୋଟ୍‌ ୨୦ରୁ ୬ ଏବଂ ୧୦ରୁ ୩ ମାର୍କ ରଖିଲେ କୃତକାର୍ଯ୍ୟ ହେବ। ପରୀକ୍ଷାରେ ଅନୁପସ୍ଥିତ ରହୁଥିବା ଛାତ୍ରଛାତ୍ରୀଙ୍କୁ ଫେଲ୍‌ ଭାବେ ଘୋଷଣା କରାଯିବ। ପରୀକ୍ଷାର ପ୍ରଶ୍ନପତ୍ର ପାଟର୍ଣ୍ଣ ମଧ୍ୟ ସିଏଚ୍‌ଏସ୍‌ଇ ପକ୍ଷରୁ ଜାରି କରାଯାଇଛି।

Leave A Reply

Your email address will not be published.