ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଭୟଙ୍କର ଅଗ୍ନିକାଣ୍ଡ: ଜିଅନ୍ତା ଜଳିଗଲେ ଗୋଟିଏ ପରିବାରର ୫ ସଦସ୍ୟ

0

ବିହାର: ବିହାର ମୁଜାଫରପୁରରେ ଘଟିଛି ଏକ ବଡ ଅଘଟଣ। ବିହାର ମୁଜାଫରପୁରର ମୋତିପୁର ଥାନା ଅଞ୍ଚଳରେ ଗୋଟିଏ ଘରେ ନିଆଁ ଲାଗି ଯିବା ଫଳରେ ପାଞ୍ଚ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଛି। ଏହି ଅଗ୍ନିକାଣ୍ଡରେ ଅନ୍ୟ ୫ ଜଣ ସଦସ୍ୟ ପୋଡ଼ି ଆହତ ହୋଇଛନ୍ତି ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମୋତିପୁର ଥାନା ଅଞ୍ଚଳର ପୋଲିସ କହିଛି ଯେ, ସଟସର୍କିଟ୍ ଯୋଗୁଁ ଘରେ ନିଆଁ ଲାଗିଥିବା ସୂଚନା ରହିଛି। ଖବରପାଇ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଥିଲେ। ମୃତକଙ୍କ ମୃତଦେହ ପୋଷ୍ଟମର୍ଟମ୍ ପାଇଁ ପଠାଯାଇଛି। ବ୍ୟବଚ୍ଛେଦ ସରିଲେ ସେମାନଙ୍କ ପରିବାର ଏବଂ ସମ୍ପର୍କୀୟଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ସୂଚନା ରହିଛି।

Leave A Reply

Your email address will not be published.