ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଭୟଙ୍କର ଅଗ୍ନିକାଣ୍ଡ: ଜିଅନ୍ତା ଜଳିଗଲେ ଗୋଟିଏ ପରିବାରର ୫ ସଦସ୍ୟ

0

ବିହାର: ବିହାର ମୁଜାଫରପୁରରେ ଘଟିଛି ଏକ ବଡ ଅଘଟଣ। ବିହାର ମୁଜାଫରପୁରର ମୋତିପୁର ଥାନା ଅଞ୍ଚଳରେ ଗୋଟିଏ ଘରେ ନିଆଁ ଲାଗି ଯିବା ଫଳରେ ପାଞ୍ଚ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଛି। ଏହି ଅଗ୍ନିକାଣ୍ଡରେ ଅନ୍ୟ ୫ ଜଣ ସଦସ୍ୟ ପୋଡ଼ି ଆହତ ହୋଇଛନ୍ତି ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମୋତିପୁର ଥାନା ଅଞ୍ଚଳର ପୋଲିସ କହିଛି ଯେ, ସଟସର୍କିଟ୍ ଯୋଗୁଁ ଘରେ ନିଆଁ ଲାଗିଥିବା ସୂଚନା ରହିଛି। ଖବରପାଇ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଥିଲେ। ମୃତକଙ୍କ ମୃତଦେହ ପୋଷ୍ଟମର୍ଟମ୍ ପାଇଁ ପଠାଯାଇଛି। ବ୍ୟବଚ୍ଛେଦ ସରିଲେ ସେମାନଙ୍କ ପରିବାର ଏବଂ ସମ୍ପର୍କୀୟଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ସୂଚନା ରହିଛି।

Leave A Reply

Your email address will not be published.