ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଶିମିଳିପାଳରେ ଆଜିଠୁ ଆରମ୍ଭ ହେଲା ବାଘ ଗଣନା

0

ମୟୂରଭଞ୍ଜ: ଆରମ୍ଭ ହେଲା ଶିମିଳିପାଳରେ ବାଘ ଗଣନା। ଆଜି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ଅଖିଳ ଭାରତୀୟ ବ୍ୟାଘ୍ର ଆକଳନ-୨୦୨୬ ଆରମ୍ଭ ହୋଇଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥୋରିଟିର ଗାଇଡ ଲାଇନକୁ ଆଧାର କରି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ଆକଳନ ପ୍ରକିୟା ଆରମ୍ଭ କରାଯାଇଛି। ଏହି କାର୍ଯ୍ୟକ୍ରମ ଦୁଇଟି ପର୍ଯ୍ୟାୟରେ ହେବ। ପ୍ରଥମ ପର୍ଯ୍ୟାୟରେ ବ୍ୟାଘ୍ର ଚଳପ୍ରଚଳ କରୁଥିବା ଅଭୟାରଣ୍ୟର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପ୍ରକାରର ଚିହ୍ନ ଅନୁଧ୍ୟାନ କରିବା ପରେ ଟ୍ରାନଜିଟ ଲାଇନ ପକାଇବାକୁ ବ୍ୟବସ୍ଥା କରାଯାଇଛି।
ପ୍ରଥମ ପର୍ଯ୍ୟାୟ ହେଉଛି ପର୍ଯ୍ୟାୟ-୧ ଏବଂ ଅନ୍ୟ ପର୍ଯ୍ୟାୟ-୩ ବ୍ୟାଘ୍ର ସଂରକ୍ଷଣ ସ୍ତରରେ। ପ୍ରତିଦିନ ସକାଳ ୯ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବାଘ ଗଣନା ହେବ। ଏଥିରେ ତାଲିମପ୍ରାପ୍ତ ଅଧିକାରୀଙ୍କ ସହିତ ବିଭିନ୍ନ ରେଞ୍ଜର କର୍ମଚାରୀ ସାମିଲ ହୋଇଛନ୍ତି।

ଦକ୍ଷିଣ ଶିମିଳିପାଳର ବ୍ୟାଘ୍ର ଚଳପ୍ରଚଳ କରୁଥିବା ୧୦୩ଟି ବିଟ ଅଞ୍ଚଳରେ ୧୦୩ଟି ଗ୍ରୁପରେ ବନବିଭାଗର ତାଲିମପ୍ରାପ୍ତ କର୍ମଚାରୀମାନଙ୍କୁ ନିୟୋଜିତ କରାଯାଇଛି। ଏହା ପରେ ଦିତୀୟ ପର୍ଯ୍ୟାୟ ପ୍ରକିୟା ଡିସେମ୍ବର ମାସ ପ୍ରଥମରୁ ଆରମ୍ଭ କରାଯିବ। ସେଥିପାଇଁ ଶିମିଳିପାଳ ଅଭୟାରଣ୍ୟ ଭିତରେ ବିଭିନ୍ନ ଅଞ୍ଚଳରେ ୧୫୦୦ କ୍ୟାମେରା ଲଗାଯାଇ ବାଘ ମାନଙ୍କର ଗତିବିଧିକୁ ରେକର୍ଡ କରାଯିବାର ବ୍ୟବସ୍ଥା କରାଯାଇଥିବା ନେଇ ସୂଚନା ଦେଇଛନ୍ତି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷ।

Leave A Reply

Your email address will not be published.