ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୨ ସନ୍ଦିଗ୍ଧ ବାଂଲାଦେଶୀ ଅଟକ, ବନ୍ଧୁକ ସହ ୧୦ଟି କଟୁରୀ ଜବତ

0

ଜଗତସିଂହପୁର: ଜଗତସିଂହପୁର ସଦର ଥାନା ବେହେରାମପୁର ବସ୍ତିରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀଙ୍କୁ ଅଟକ ରଖାଯାଇଛି। ଚଢ଼ାଉ ବେଳେ ଗୋଟିଏ ବନ୍ଧୁକ ଜବତ ସହିତ ୫ଟି କଟୁରୀ ଓ ଆପତ୍ତି ଜନକ ସାମଗ୍ରୀ ଜବତ କରିଛି ପୋଲିସ। ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ଚଢ଼ାଉ କରିବା ସମୟରେ ସନ୍ଦିଗ୍ଧ ବାଂଲାଦେଶୀ ମାନଙ୍କ ସହିତ ପୋଲିସର ଧସ୍ତାଧସ୍ତି ହୋଇଥିଲା। ଏଥିରେ ଆଡିସନାଲ ଏସପିଙ୍କ ସହ ୨ ଜଣ କନେଷ୍ଟବଳ ଆହତ ହୋଇଛନ୍ତି। ୧୦ ରୁ ଅଧିକ ବାଂଲାଦେଶୀ ଘଟଣା ସ୍ଥଳରୁ ଫେରାର ମାରିଥିବା ପୋଲିସ କହିଛି।

ଭଡା ଘରେ ୩୦ରୁ ଅଧିକ ବାଂଲାଦେଶୀ ରହୁଥିବା ସୂଚନା ମିଳିଛି। ବନ୍ଦ ଘର ଗୁଡିକର ତାଲା ଭଙ୍ଗାଯାଇ ଚଢାଉ କରାଯାଉଛି। ପୋଲିସ ଘଟଣାସ୍ଥଳରେ ତନାଘନା ଚଳାଇଥିବା ବେଳେ ୨ ପ୍ଲାଟୁନ ଫୋର୍ସ ମୁତୟନ ଅଛନ୍ତି।

Leave A Reply

Your email address will not be published.