ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଜିଲ୍ଲାପାଳମାନଙ୍କୁ ସିଏମ ମୋହନ ମାଝୀଙ୍କ ଟାସ୍କ

0

ଭୁବନେଶ୍ବର: ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଜିଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି। ଲୋକସେବା ଭବନରେ ଅନୁଷ୍ଠିତ ଜିଲ୍ଲାପାଳ-ଏସପି ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ଜିଲ୍ଲାପାଳଙ୍କୁ କିଛି ଟାକ୍ସ ଦେଇଛନ୍ତି।
ଦୁର୍ନୀତି ହଟାଅ, ସଚ୍ଚୋଟ ଓ ସାଧୁତା ପାଇଁ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ନୀତିରେ ସରରକାର ବଦନାମ ହେଲେ ବରଦାସ୍ତ କରାଯିବନି। ଅଧିକ ଫିଲ୍ଡ ଭିଜିଟ୍‌ କରିବାକୁ ପରାମର୍ଶ ଦେଇଛନ୍ତି। ଶାସନ ପ୍ରଶାସନରେ ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ୱ ଦେବାକୁ କହିଛନ୍ତି। ଜିଲାସ୍ତରରେ ଲୋକଙ୍କ ଅଭିଯୋଗ ଶୁଣି ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ସରକାରୀ ବିଜ୍ଞାପନ ଓଡ଼ିଆ ଭାଷାରେ ପ୍ରକାଶ କରିବାକୁ ନିର୍ଦ୍ଦେଶ ରହିଥିବା ବେଳେ ସୋସିଆଲ ମିଡ଼ିଆ ଜରିଆରେ ସରକାରୀ ସୂଚନା ବ୍ୟାପକ କରନ୍ତୁ ଏବଂ ଗାଦି ମଡା ବାବୁଙ୍କୁ ଚିହ୍ନଟ କରି ବଦଳାନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ କାର୍ଯ୍ଯାଳୟକୁ ଆସୁଥିବା ନିର୍ବାଚିତ ପ୍ରତିନିଧିଙ୍କୁ ସମ୍ମାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.