ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ଘରୋଇ ମେସରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0

ଜଗତସିଂହପୁର: ଜଗତସିଂହପୁରର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ନିକଟସ୍ଥ ଏକ ଘରୋଇ ମେସରୁ ମଙ୍ଗଳବାର ଦିନ ଜଣେ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ଓମ୍ ପ୍ରକାଶ ଆଚାର୍ଯ୍ୟ ବୋଲି ଜଣାପଡ଼ିଛି। ସେ ଜଗତସିଂପୁରର ଏସଭିଏମ ସ୍ୱୟଂଶାସିତ କଲେଜର ଯୁକ୍ତ ୩ର ଇତିହାସ ଅନର୍ସର ଛାତ୍ର ଥିଲେ। ଓମ୍ ପ୍ରକାଶ ଗତ ସୋମବାର ଦିନ ମେସ୍‌ରେ ରହୁଥିବା ଜଣେ ବନ୍ଧୁଙ୍କୁ ଭେଟିବାକୁ ଯାଇ ସେହିଠାରେ ରାତି ବିତାଇଥିଲେ। କିନ୍ତୁ ପରଦିନ ସକାଳେ ଜଣେ ବନ୍ଧୁ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ।

ପୋଲିସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଏଥିସହିତ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ମଧ୍ୟ ପଠାଯାଇଥିବା ଜଣାପଡ଼ିଛି। ଓମ୍ ଆତ୍ମହତ୍ୟା କରିଥିବା ନେଇ ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଥିଲେ ମଧ୍ୟ ପୋଷ୍ଟମର୍ଟମ ପରେ ହିଁ ଏହାର ସଠିକ୍ କାରଣ ଜଣାପଡିବ ବୋଲି ପୋଲିସ କହିଛି।

Leave A Reply

Your email address will not be published.