ପ୍ରମୁଖ ଖବର

ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍‌ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ

ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ ନୀତୀଶ କୁମାର

0

ବିହାର: ପାଟନାର ଗାନ୍ଧୀ ମଇଦାନରେ ସେ ୧୦ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି ନୀତୀଶ କୁମାର। ତାଙ୍କ ସହ ଅନ୍ୟ ୨୬ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ନୀତୀଶ କୁମାର ବୁଧବାର ସର୍ବସମ୍ମତିକ୍ରମେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତା ନିର୍ବାଚିତ ହୋଇଥିଲେ। ଏହା ପରେ ସେ ପାଟନାସ୍ଥିତ ରାଜଭବନରେ ରାଜ୍ୟପାଳ ଆରିଫ୍‌ ମହମ୍ମଦ ଖାନ୍‌ଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ରାଜ୍ୟରେ ପରବର୍ତ୍ତୀ ସରକାର ଗଠନ ପାଇଁ ଦାବି ଜଣାଇଥିଲ।

ଭାଜପା ବିଧାୟକ ଦଳ ବୈଠକରେ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ନେତା ନିର୍ବାଚିତ ହୋଇଛନ୍ତି। ସେହିପରି ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନାଙ୍କୁ ଉପନେତା ବଛାଯାଇଛି। ତେଣୁ ଉଭୟେ ପୁଣି ଥରେ ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି। ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପାଟନାରେ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।

Leave A Reply

Your email address will not be published.