ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ ନୀତୀଶ କୁମାର

0

ବିହାର: ପାଟନାର ଗାନ୍ଧୀ ମଇଦାନରେ ସେ ୧୦ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି ନୀତୀଶ କୁମାର। ତାଙ୍କ ସହ ଅନ୍ୟ ୨୬ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଆରିଫ୍ ମହମ୍ମଦ ଖାନ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ନୀତୀଶ କୁମାର ବୁଧବାର ସର୍ବସମ୍ମତିକ୍ରମେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ନେତା ନିର୍ବାଚିତ ହୋଇଥିଲେ। ଏହା ପରେ ସେ ପାଟନାସ୍ଥିତ ରାଜଭବନରେ ରାଜ୍ୟପାଳ ଆରିଫ୍‌ ମହମ୍ମଦ ଖାନ୍‌ଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ରାଜ୍ୟରେ ପରବର୍ତ୍ତୀ ସରକାର ଗଠନ ପାଇଁ ଦାବି ଜଣାଇଥିଲ।

ଭାଜପା ବିଧାୟକ ଦଳ ବୈଠକରେ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ନେତା ନିର୍ବାଚିତ ହୋଇଛନ୍ତି। ସେହିପରି ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନାଙ୍କୁ ଉପନେତା ବଛାଯାଇଛି। ତେଣୁ ଉଭୟେ ପୁଣି ଥରେ ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇଛନ୍ତି। ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପାଟନାରେ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି।

Leave A Reply

Your email address will not be published.