ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ

0

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇ କହିଛନ୍ତି ଯେ, କ୍ୟାବିନେଟ ବୈଠକରେ ମୋଟ ୯ଟି ବିଭାଗର ୧୨ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ ମିଳିଛି। ଇସ୍ପାତ ଓ ଖଣି ବିଭାଗର ୨ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଅର୍ଥ, ଆଇଟି ସମେତ ବିଭିନ୍ନ ବିଭାଗର ପ୍ରସ୍ତାବକୁ ମିଳିଛି ମଞ୍ଜୁରୀ।

ସେହିପରି, ଏସସି /ଏସଟି ଛାତ୍ରଛାତ୍ରୀଙ୍କ ମେଧାବୃତ୍ତି ବୃଦ୍ଧିକୁ କ୍ୟାବିନେଟର ମଞ୍ଜୁରୀ ମିଳିଛି। ଓଡ଼ିଶାରେ ପ୍ରତିଷ୍ଠା ହେବ ଗ୍ଲୋବାଲ କାପାବିଲିଟି ସେଣ୍ଟର। କାପାବିଲିଟି ସେଣ୍ଟର ପାଇଁ ଆସିବ ହଜାରେ କୋଟିର ପୁଞ୍ଜିନିବେଶ। ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ରଛାତ୍ରୀ ବୃତ୍ତି ବୃଦ୍ଧି ହେବ। ଜନଜାତୀ ଛାତ୍ରଛାତ୍ରୀଙ୍କୁ ଏହି ବୃତ୍ତି ପ୍ରଦାନ କରାଯାଉଛି। ଏଣିକି ଛାତ୍ରଙ୍କୁ ୧୧ ହଜାର ଟଙ୍କା ବଦଳରେ ୧୬ ହଜାର ଟଙ୍କା ଏବଂ ଛାତ୍ରୀଙ୍କୁ ୧୭ ହଜାର ଟଙ୍କାର ବୃତ୍ତି ମିଳିବ।

ଜଳ ପ୍ରଦୂଷଣ ନିୟମରେ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଓଡ଼ିଶାରେ ୟୁନିଫର୍ମ ସେବାରେ ନିଯୁକ୍ତି ପରୀକ୍ଷା ପାଇଁ ଗୋଟିଏ ଆୟୋଗ ରହିବ । ଗଠନ ହେବ ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ। ପୋଲିସ, ଅବକାରୀ ଓ ଜଙ୍ଗଲ ବିଭାଗରେ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ଏହି ଆୟୋଗ ପରୀକ୍ଷା କରିବ।

ଏଣିକି ଇ-ଲଟେରୀ ମାଧ୍ୟରେ ଲିଜ୍ ପ୍ରଦାନ କରାଯିବ। ଲଘୁ ଖଣିଜ ସମ୍ପଦର ଆବଣ୍ଟନରେ ଏହି ନୂଆ ନିୟମକୁ ମଂଜୁରୀ ପ୍ରଦାନ କରିଛନ୍ତି କ୍ୟାବିନେଟ୍ । ଲଘୁ ଖଣିଜ ଉତ୍ସଗୁଡିକର ଆବଣ୍ଟନ ଏବଂ କାର୍ଯ୍ୟକ୍ଷମତାକୁ ତ୍ବରାନ୍ବିତ କରିବା ସହ ଯୋଗାଣ-ଚାହିଦା ମଧ୍ୟରେ ଥିବା ବ୍ୟବଧାନକୁ ହ୍ରାସ କରିବା ଏବଂ ସୁଲଭ ମୂଲ୍ୟରେ ଲୁଘୁ ଖଣିଜ ଯୋଗାଣ ପାଇଁ ଏହି ନିଷ୍ପତ୍ତି ସହାୟାକ ହେବ ବୋଲି ଶ୍ରୀ ଆହୁଜା କହିଛନ୍ତି।

Leave A Reply

Your email address will not be published.