ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଟ୍ୟାଙ୍କରକୁ ପିଟିଲା ବୋଲେରୋ, ୩ମୃତ

0

କଟକ: ଡିଭାଇଡର୍ ଭାଙ୍ଗି କଣ୍ଟେନର୍ ସହ ପିଟିହେଲା ବୋଲେରୋ। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲକୁ ପଠାଯାଇଛି। କଟକଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବଇଁଚୁଆ ରଜକଣା ଛକରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।

ମିଳିଥିବା ଖବର ଅନୁଯାୟୀ ସୁନ୍ଦରଗଡ଼ ରୁ ପୁରୀ ଯାଉଥିବା ଏକ ବୋଲେର ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡିଭାଇଡରରେ ଚଡ଼ିଯାଇ ରାସ୍ତା ଆର ପାଖକୁ ଚାଲିଯାଇଥିଲା। ଏହି ସମୟରେ ରାସ୍ତା ଆରପଟେ ଆସୁଥିବା ଏକ ଟ୍ୟାଙ୍କର ସହିତ ଧକ୍କା ହୋଇଥିଲା।

ଦୁର୍ଘଟଣା ଘଟିବା ପରେ ଜାତୀୟ ରାଜପଥ କର୍ମଚାରୀ ଓ ଟାଙ୍ଗୀ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଥିଲେ। ବର୍ତ୍ତମାନ ପଯ୍ୟନ୍ତ ଗୁରୁତର କିମ୍ବା ମୃତକଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ୍ କରିବା ସହିତ ଅଧିକ ତଦନ୍ତ ଜାରି ରଖିଛି ପୋଲିସ।

Leave A Reply

Your email address will not be published.