ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବିଧାନସଭାରେ ୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ୍‌ ଆଗତ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ଦିନ ଓଡ଼ିଶା ବିଧାନସଭାରେ ଚଳିତ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ୧୭,୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟ ଆଗତ ହେବା ପରେ ଗୃହକୁ ଶନିବାର ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରାଯାଇଥିଲା।

୨୦୨୫-୨୬ ପାଇଁ ମୁଖ୍ୟ ବଜେଟରେ ୨.୯୦ ଲକ୍ଷ କୋଟି ଟଙ୍କା ବ୍ୟୟବରାଦ ହୋଇଥିବା ବେଳେ ଅତିରିକ୍ତ ବଜେଟରେ ମୁଖ୍ୟତଃ ସ୍ୱାସ୍ଥ୍ୟ, ଶିକ୍ଷା, ସାମାଜିକ ସୁରକ୍ଷା ଏବଂ ସହରାଞ୍ଚଳ ଭିତ୍ତିଭୂମି କ୍ଷେତ୍ରରେ ଚାଲୁଥିବା ପ୍ରମୁଖ ଯୋଜନାଗୁଡ଼ିକୁ ପାଣ୍ଠି ଯୋଗାଇ ଦିଆଯିବ।

ସୁଭଦ୍ରା ଯୋଜନା ପାଇଁ ୨୯୫ କୋଟି ବ୍ୟୟ ଅଟକଳ। ଧାନ କ୍ରୟ ପାଇଁ ରିଭଲଭିଂ ପାଣ୍ଠି ୩ ହଜାର କୋଟି। ଚାଷୀଙ୍କୁ MSP ଓ ଇନପୁଟ୍‌ ସହାୟତା ବାବଦରେ ୮୫୦ କୋଟି। ଚାଷୀଙ୍କ ଋଣ ସୁଧ ଛାଡ଼ ପାଇଁ ସମବାୟ ବ୍ୟାଙ୍କ/ପ୍ୟାକ୍ସକୁ ୩୦୦ କୋଟି। ଜାତୀୟ ସ୍ବାସ୍ଥ୍ୟ ମିଶନ (NHM) ପାଇଁ ୯୯୪ କୋଟି। ମିଶନ ଶକ୍ତି କାର୍ଯ୍ୟକ୍ରମ ପାଇଁ ୪୦୫ କୋଟି। ଜାତୀୟ ଗ୍ରାମୀଣ ଜୀବିକା ମିଶନ ପାଇଁ ୪୨୬ କୋଟି। ରାସ୍ତା ଓ ସେତୁ ରକ୍ଷଣାବେକ୍ଷଣ ପାଇଁ ୨୫୦ କୋଟି। ଗ୍ରାମୀଣ ପାଇପ ଜଳ ଯୋଗାଣ ପ୍ରକଳ୍ପ ପାଇଁ ୧୧୬ କୋଟି। ଜାତୀୟ ବିପର୍ଯ୍ୟୟ ବିପଦ ପ୍ରଶମନ ପାଣ୍ଠି ୧୭୧ କୋଟି। ପଞ୍ଚାୟତିରାଜ ସଂସ୍ଥାଗୁଡ଼ିକ ପାଇଁ ୧୬୪ କୋଟି ବ୍ୟୟ ଅଟକଳ ହୋଇଛି।

Leave A Reply

Your email address will not be published.