ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ପୁଣି ସୁଭଦ୍ରାରେ ଯୋଡି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା

0

ଭୁବନେଶ୍ବର: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସରେ ଗୃହରେ ଉଠିଛି ସୁଭଦ୍ର ପ୍ରସଙ୍ଗ। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ତଥ୍ୟ ରଖିଛନ୍ତି। ସେ କହିଛନ୍ତି, ସରଜମିନ୍ ତଦନ୍ତ ପରେ ସୁଭଦ୍ରାରେ ଯୋଡ଼ି ହେଲେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା।
ଗୃହରେ ତଥ୍ୟ ରଖି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି,୧୭ ଲକ୍ଷ ୮୩ ହଜାର ୨୫୧ ମହିଳା ସୁଭଦ୍ରାରେ ଯୋଡ଼ି ହୋଇଛନ୍ତି। ୯୭ ଲକ୍ଷ ୫୧ ହଜାର ୪୭୯ ଜଣ ସମସ୍ତ ୩ଟି କିସ୍ତି ପାଇଛନ୍ତି। ୧ କୋଟି ୩ ଲକ୍ଷ ୮୯ ହଜାର ୮୦୧ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି। ୧ କୋଟି ୧ ଲକ୍ଷ ୯୨ ହଜାର ୭୨୪ ଦ୍ୱିତୀୟ କିସ୍ତି ପାଇଛନ୍ତି।

ନୂଆବର୍ଷରେ ଏକାଥରକେ ଦୁଇଟି କିସ୍ତି ପାଇବେ ନୂଆ ସୁଭଦ୍ରା ହିତାଧିକାରୀ। ନୂଆ ଯୋଡି ହୋଇଥିବା ହିତାଧିକାରୀଙ୍କୁ ଏକାଥରକେ ଦୁଇଟି କିସ୍ତି ମିଳିବ। ଏ ନେଇ ସୂଚନା ଦେଇଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ପୋର୍ଟାଲ ଖୋଲିଛି, ୨୧ ବର୍ଷୀୟ ହିତାଧିକାରୀ ଯୋଡି ହେଉଛନ୍ତି।

Leave A Reply

Your email address will not be published.