ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ମହିଳା ଦୃଷ୍ଟିବାଧିତ ୪ ଖେଳାଳିଙ୍କୁ ୧୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ

0

ଭୁବନେଶ୍ବର: ଟି-୨୦ ଦୃଷ୍ଟିବାଧିତ ବିଶ୍ୱକପ ଦଳରେ ରହିଥିବା ୪ଜଣ ଓଡ଼ିଆ ଖେଳାଳି ଆଜି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ବିଜୟୀ ଓଡିଆ ଖେଳାଳିଙ୍କୁ ସମ୍ବର୍ଦ୍ଧନା ଦେବା ସହ ୧୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରିଛନ୍ତି।

ଶ୍ରୀଲଙ୍କାର କଲମ୍ବୋଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା ଟି-୨୦ ବିଶ୍ୱକପରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛି। ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ ବାଲେଶ୍ୱରର ଫୁଲ ସୋରେନ, ମୟୂରଭଞ୍ଜର ପାର୍ବତୀ ମାର୍ଣ୍ଡି, ଯମୁନାରାଣୀ ଟୁଡୁ ଏବଂ ବାସନ୍ତୀ ହାଁସଦା ପ୍ରତିନିଧିତ୍ବ କରିଥିଲେ।

ଆଜି ସେଠାରୁ ଫେରିବା ପରେ, ବିଶ୍ୱ ଚାମ୍ପିଅନମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ବାସଭବନ ଠାରେ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଥିଲେ। ଏଥି ସହିତ ପ୍ରତ୍ୟେକ ଖେଳାଳୀଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କାର ସ୍ୱରୂପ ୧୧ ଲକ୍ଷ ଟଙ୍କା ଲେଖାଏଁ ଅର୍ଥ ରାଶି ଚେକ୍ ଆକାରରେ ପ୍ରଦାନ କରିଥିଲେ।

ମୁଖ୍ୟମନ୍ତ୍ରୀ ଖେଳାଳୀମାନଙ୍କର ଦୃଢ଼ ନିଷ୍ଠା ଓ ଉଲ୍ଲେଖନୀୟ ପ୍ରଦର୍ଶନକୁ ପ୍ରଶଂସା କରି ନିଜର ନିଷ୍ଠା ଓ ଅଧ୍ୟବସାୟ ବଳରେ ଖେଳରେ ଉତ୍କର୍ଷ ପ୍ରଦର୍ଶନ କରି ଆପଣମାନେ, ଦେଶ ଓ ରାଜ୍ୟ ପାଇଁ ଯଶ ଆଣିଛନ୍ତି ବୋଲି କହିଥିଲେ। ପ୍ରତ୍ୟେକ ଓଡିଆଙ୍କ ପାଇଁ ଆପଣମାନେ ପ୍ରେରଣା ହୋଇଛନ୍ତି ବୋଲି ମତ ଦେଇ ଆତ୍ମବିଶ୍ୱାସର ସହ ଏହି ବିଜୟ ଯାତ୍ରା ଜାରି ରଖିବାକୁ ସେ ଖେଳାଳୀମାନଙ୍କୁ ଉପଦେଶ ଦେଇଥିଲେ।

Leave A Reply

Your email address will not be published.